ଦ୍ବିତୀୟ ବଂଶାବଳୀ 11

ରିହବୀୟାମ ଆପଣାର ସବୁ ପତ୍ନୀ ଓ ଉପପତ୍ନୀ ଅପେକ୍ଷା ଅବଶାଲୋମର କନ୍ୟା ମାଖାକୁ ଅଧିକ ପ୍ରେମ କଲେ; ସେ ଅଠର ପତ୍ନୀ ଓ ଷାଠିଏ ଉପପତ୍ନୀ ଗ୍ରହଣ କଲେ ଓ ଅଠାଇଶ ପୁତ୍ର ଓ ଷାଠିଏ କନ୍ୟା ଜାତ କଲେ।

2 Chronicles 11:21 (UKJV) And Rehoboam loved Maachah the daughter of Absalom above all his wives and his concubines: (for he took eighteen wives, and threescore concubines; and brings forth twenty and eight sons, and threescore daughters.)

19ସେ ତାଙ୍କ ଔରସରେ ଯିୟୂଶ୍‍ ଓ ଶେମରୀୟ ଓ ସହମ ନାମକ ପୁତ୍ରମାନଙ୍କୁ ଜାତ କଲା

20ଏଥିଉତ୍ତାରେ ରିହବୀୟାମ ଅବଶାଲୋମର କନ୍ୟା ମାଖାକୁ ବିବାହ କଲେ; ସେ ସ୍ତ୍ରୀ ତାଙ୍କ ଔରସରେ ଅବୀୟ ଓ ଅତ୍ତୟ ଓ ସୀଷ ଓ ଶଲୋମୀତ୍‍କୁ ଜାତ କଲା।

21ରିହବୀୟାମ ଆପଣାର ସବୁ ପତ୍ନୀ ଓ ଉପପତ୍ନୀ ଅପେକ୍ଷା ଅବଶାଲୋମର କନ୍ୟା ମାଖାକୁ ଅଧିକ ପ୍ରେମ କଲେ; ସେ ଅଠର ପତ୍ନୀ ଓ ଷାଠିଏ ଉପପତ୍ନୀ ଗ୍ରହଣ କଲେ ଓ ଅଠାଇଶ ପୁତ୍ର ଓ ଷାଠିଏ କନ୍ୟା ଜାତ କଲେ।

22ପୁଣି ରିହବୀୟାମ ମାଖାର ପୁତ୍ର ଅବୀୟଙ୍କୁ ପ୍ରଧାନ ଓ ତାହାର ଭ୍ରାତୃଗଣ ମଧ୍ୟରେ ଅଧିପତି କଲେ; କାରଣ ତାହାକୁ ରାଜା କରିବା ପାଇଁ ତାଙ୍କର ମନ ଥିଲା।

23ଆଉ, ସେ ବୁଦ୍ଧିର କାର୍ଯ୍ୟ କରି ଆପଣାର ପୁତ୍ରମାନଙ୍କୁ ଯିହୁଦା ଓ ବିନ୍ୟାମୀନ୍ ଦେଶର ସର୍ବତ୍ର ପ୍ରତ୍ୟେକ ପ୍ରାଚୀର-ବେଷ୍ଟିତ ନଗରରେ ଛିନ୍ନଭିନ୍ନ କରି ରଖିଲେ; ଆଉ ସେ ସେମାନଙ୍କୁ ପ୍ରଚୁର ଖାଦ୍ୟଦ୍ରବ୍ୟ ଦେଲେ ପୁଣି ସେମାନଙ୍କ ନିମନ୍ତେ ଅନେକ ଭାର୍ଯ୍ୟା ଖୋଜିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.