21ରିହବୀୟାମ ଆପଣାର ସବୁ ପତ୍ନୀ ଓ ଉପପତ୍ନୀ ଅପେକ୍ଷା ଅବଶାଲୋମର କନ୍ୟା ମାଖାକୁ ଅଧିକ ପ୍ରେମ କଲେ; ସେ ଅଠର ପତ୍ନୀ ଓ ଷାଠିଏ ଉପପତ୍ନୀ ଗ୍ରହଣ କଲେ ଓ ଅଠାଇଶ ପୁତ୍ର ଓ ଷାଠିଏ କନ୍ୟା ଜାତ କଲେ।
22ପୁଣି ରିହବୀୟାମ ମାଖାର ପୁତ୍ର ଅବୀୟଙ୍କୁ ପ୍ରଧାନ ଓ ତାହାର ଭ୍ରାତୃଗଣ ମଧ୍ୟରେ ଅଧିପତି କଲେ; କାରଣ ତାହାକୁ ରାଜା କରିବା ପାଇଁ ତାଙ୍କର ମନ ଥିଲା।
23ଆଉ, ସେ ବୁଦ୍ଧିର କାର୍ଯ୍ୟ କରି ଆପଣାର ପୁତ୍ରମାନଙ୍କୁ ଯିହୁଦା ଓ ବିନ୍ୟାମୀନ୍ ଦେଶର ସର୍ବତ୍ର ପ୍ରତ୍ୟେକ ପ୍ରାଚୀର-ବେଷ୍ଟିତ ନଗରରେ ଛିନ୍ନଭିନ୍ନ କରି ରଖିଲେ; ଆଉ ସେ ସେମାନଙ୍କୁ ପ୍ରଚୁର ଖାଦ୍ୟଦ୍ରବ୍ୟ ଦେଲେ ପୁଣି ସେମାନଙ୍କ ନିମନ୍ତେ ଅନେକ ଭାର୍ଯ୍ୟା ଖୋଜିଲେ।