1ଏଉତ୍ତାରେ ରିହବୀୟାମ ଯିରୂଶାଲମରେ ଉପସ୍ଥିତ ହୁଅନ୍ତେ, ସେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରି ରିହବୀୟାମଙ୍କ ଅଧୀନକୁ ରାଜ୍ୟ ଫେରାଇ ଆଣିବା ନିମନ୍ତେ ଯିହୁଦା ଓ ବିନ୍ୟାମୀନ୍ ବଂଶର ଏକ ଲକ୍ଷ ଅଶୀ ହଜାର ବଛା ଯୋଦ୍ଧା ଲୋକଙ୍କୁ ଏକତ୍ର କଲେ।
2ମାତ୍ର ପରମେଶ୍ୱରଙ୍କ ଲୋକ ଶମୟୀୟ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା।
3“ଯିହୁଦାର ରାଜା ଶଲୋମନଙ୍କ ପୁତ୍ର ରିହବୀୟାମଙ୍କୁ, ପୁଣି ଯିହୁଦା ଓ ବିନ୍ୟାମୀନ୍ ନିବାସୀ ସମସ୍ତ ଇସ୍ରାଏଲକୁ କୁହ,
4‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯାତ୍ରା କରିବ ନାହିଁ, କିଅବା ଆପଣା ଭ୍ରାତୃଗଣ ବିପକ୍ଷରେ ଯୁଦ୍ଧ କରିବ ନାହିଁ; ପ୍ରତ୍ୟେକ ଲୋକ ଆପଣା ଆପଣା ଗୃହକୁ ଫେରିଯାଅ; କାରଣ ଏହି କାର୍ଯ୍ୟ ଆମ୍ଭ ଆଡ଼ୁ ହୋଇଅଛି,’” ତେଣୁ ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲେ ଓ ଯାରବୀୟାମ ବିରୁଦ୍ଧରେ ଯାତ୍ରା କରିବାରୁ ଫେରିଲେ।
5ଏଉତ୍ତାରେ ରିହବୀୟାମ ଯିରୂଶାଲମରେ ବାସ କରି ରକ୍ଷା ନିମିତ୍ତ ଯିହୁଦା ଦେଶରେ ନଗରମାନ ନିର୍ମାଣ କଲେ।