ଦ୍ବିତୀୟ ବଂଶାବଳୀ 12

ଆଉ ରାଜା ଯେତେ ଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ଆସି ତାହା ନେଇଗଲେ, ପୁଣି ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ।

2 Chronicles 12:11 (UKJV) And when the king entered into the house of the LORD, the guard came and fetched them, and brought them again into the guard chamber.

9ଏଉତ୍ତାରେ ମିସରର ରାଜା ଶୀଶକ୍‍ ଯିରୂଶାଲମ ପ୍ରତିକୂଳରେ ଆସି ସଦାପ୍ରଭୁଙ୍କ ଗୃହର ସଞ୍ଚିତ ଧନ ଓ ରାଜଗୃହର ସଞ୍ଚିତ ଧନ ନେଇଗଲା; ସେ ସବୁ ନେଇଗଲା; ସେ ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ-ଢାଲସବୁ ହିଁ ନେଇଗଲା।

10ତହୁଁ ରିହବୀୟାମ ରାଜା ସେହିସବୁର ପରିବର୍ତ୍ତେ ପିତ୍ତଳ-ଢାଲ ନିର୍ମାଣ କରି ରାଜଗୃହର ଦ୍ୱାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ।

11ଆଉ ରାଜା ଯେତେ ଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ଆସି ତାହା ନେଇଗଲେ, ପୁଣି ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ।

12ଆଉ, ସେ ଆପଣାକୁ ନମ୍ର କରନ୍ତେ, ତାଙ୍କ ଉପରୁ ସଦାପ୍ରଭୁଙ୍କ କୋପ ନିବୃତ୍ତ ହେଲା, ତହିଁରେ ସେ ତାଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ଆହୁରି ଯିହୁଦା ଦେଶ ମଧ୍ୟରେ ସଦ୍‍ଭାବ ଦେଖାଗଲା।

13ଏହିରୂପେ ରିହବୀୟାମ ଯିରୂଶାଲମରେ ଆପଣାକୁ ବଳବାନ କରି ରାଜତ୍ୱ କଲେ; ରିହବୀୟାମ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକଚାଳିଶ ବର୍ଷ ବୟସ୍କ ହୋଇଥିଲେ, ଆଉ ସଦାପ୍ରଭୁ ଆପଣା ନାମ ସ୍ଥାପନାର୍ଥେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁ ନଗର ମନୋନୀତ କରିଥିଲେ, ସେହି ଯିରୂଶାଲମ ନଗରରେ ସେ ସତର ବର୍ଷ ରାଜତ୍ୱ କଲେ; ତାଙ୍କ ମାତାର ନାମ ନୟମା, ସେ ଅମ୍ମୋନ ଦେଶୀୟା ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.