ଦ୍ବିତୀୟ ବଂଶାବଳୀ 12

ଏହିରୂପେ ରିହବୀୟାମ ଯିରୂଶାଲମରେ ଆପଣାକୁ ବଳବାନ କରି ରାଜତ୍ୱ କଲେ; ରିହବୀୟାମ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକଚାଳିଶ ବର୍ଷ ବୟସ୍କ ହୋଇଥିଲେ, ଆଉ ସଦାପ୍ରଭୁ ଆପଣା ନାମ ସ୍ଥାପନାର୍ଥେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁ ନଗର ମନୋନୀତ କରିଥିଲେ, ସେହି ଯିରୂଶାଲମ ନଗରରେ ସେ ସତର ବର୍ଷ ରାଜତ୍ୱ କଲେ; ତାଙ୍କ ମାତାର ନାମ ନୟମା, ସେ ଅମ୍ମୋନ ଦେଶୀୟା ଥିଲା।

2 Chronicles 12:13 (UKJV) So king Rehoboam strengthened himself in Jerusalem, and reigned: for Rehoboam was one and forty years old when he began to reign, and he reigned seventeen years in Jerusalem, the city which the LORD had chosen out of all the tribes of Israel, to put his name there. And his mother's name was Naamah an Ammonitess.

11ଆଉ ରାଜା ଯେତେ ଥର ସଦାପ୍ରଭୁଙ୍କ ଗୃହକୁ ଗଲେ, ସେତେଥର ପ୍ରହରୀମାନେ ଆସି ତାହା ନେଇଗଲେ, ପୁଣି ତାହାସବୁ ପ୍ରହରୀଶାଳାକୁ ଫେରାଇ ଆଣିଲେ।

12ଆଉ, ସେ ଆପଣାକୁ ନମ୍ର କରନ୍ତେ, ତାଙ୍କ ଉପରୁ ସଦାପ୍ରଭୁଙ୍କ କୋପ ନିବୃତ୍ତ ହେଲା, ତହିଁରେ ସେ ତାଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ଆହୁରି ଯିହୁଦା ଦେଶ ମଧ୍ୟରେ ସଦ୍‍ଭାବ ଦେଖାଗଲା।

13ଏହିରୂପେ ରିହବୀୟାମ ଯିରୂଶାଲମରେ ଆପଣାକୁ ବଳବାନ କରି ରାଜତ୍ୱ କଲେ; ରିହବୀୟାମ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକଚାଳିଶ ବର୍ଷ ବୟସ୍କ ହୋଇଥିଲେ, ଆଉ ସଦାପ୍ରଭୁ ଆପଣା ନାମ ସ୍ଥାପନାର୍ଥେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁ ନଗର ମନୋନୀତ କରିଥିଲେ, ସେହି ଯିରୂଶାଲମ ନଗରରେ ସେ ସତର ବର୍ଷ ରାଜତ୍ୱ କଲେ; ତାଙ୍କ ମାତାର ନାମ ନୟମା, ସେ ଅମ୍ମୋନ ଦେଶୀୟା ଥିଲା।

14ପୁଣି ସେ ସଦାପ୍ରଭୁଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ମନ ନିବିଷ୍ଟ ନ କରିବାରୁ କୁକର୍ମ କଲା।

15ଏହି ରିହବୀୟାମଙ୍କ କର୍ମର ବୃତ୍ତାନ୍ତ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ, ବଂଶାବଳୀ କ୍ରମେ ଶମୟୀୟ ଭବିଷ୍ୟଦ୍‍ବକ୍ତାର ଓ ଇଦ୍ଦୋ ଦର୍ଶକର ଇତିହାସ ପୁସ୍ତକରେ କʼଣ ଲେଖା ନାହିଁ? ରିହବୀୟାମ ଓ ଯାରବୀୟାମ ମଧ୍ୟରେ ସର୍ବଦା ଯୁଦ୍ଧ ଚାଲିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.