12ଆଉ, ସେ ଆପଣାକୁ ନମ୍ର କରନ୍ତେ, ତାଙ୍କ ଉପରୁ ସଦାପ୍ରଭୁଙ୍କ କୋପ ନିବୃତ୍ତ ହେଲା, ତହିଁରେ ସେ ତାଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ଆହୁରି ଯିହୁଦା ଦେଶ ମଧ୍ୟରେ ସଦ୍ଭାବ ଦେଖାଗଲା।
13ଏହିରୂପେ ରିହବୀୟାମ ଯିରୂଶାଲମରେ ଆପଣାକୁ ବଳବାନ କରି ରାଜତ୍ୱ କଲେ; ରିହବୀୟାମ ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ଏକଚାଳିଶ ବର୍ଷ ବୟସ୍କ ହୋଇଥିଲେ, ଆଉ ସଦାପ୍ରଭୁ ଆପଣା ନାମ ସ୍ଥାପନାର୍ଥେ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟରୁ ଯେଉଁ ନଗର ମନୋନୀତ କରିଥିଲେ, ସେହି ଯିରୂଶାଲମ ନଗରରେ ସେ ସତର ବର୍ଷ ରାଜତ୍ୱ କଲେ; ତାଙ୍କ ମାତାର ନାମ ନୟମା, ସେ ଅମ୍ମୋନ ଦେଶୀୟା ଥିଲା।
14ପୁଣି ସେ ସଦାପ୍ରଭୁଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ମନ ନିବିଷ୍ଟ ନ କରିବାରୁ କୁକର୍ମ କଲା।
15ଏହି ରିହବୀୟାମଙ୍କ କର୍ମର ବୃତ୍ତାନ୍ତ, ଆରମ୍ଭରୁ ଶେଷ ପର୍ଯ୍ୟନ୍ତ, ବଂଶାବଳୀ କ୍ରମେ ଶମୟୀୟ ଭବିଷ୍ୟଦ୍ବକ୍ତାର ଓ ଇଦ୍ଦୋ ଦର୍ଶକର ଇତିହାସ ପୁସ୍ତକରେ କʼଣ ଲେଖା ନାହିଁ? ରିହବୀୟାମ ଓ ଯାରବୀୟାମ ମଧ୍ୟରେ ସର୍ବଦା ଯୁଦ୍ଧ ଚାଲିଲା।
16ଏଉତ୍ତାରେ ରିହବୀୟାମ ମୃତ୍ୟୁବରଣ କଲେ ଓ ଦାଉଦ-ନଗରରେ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଅବୀୟ ତାଙ୍କ ପଦରେ ରାଜ୍ୟ କଲେ।