1ଏଥିଉତ୍ତାରେ ରିହବୀୟାମଙ୍କର ରାଜ୍ୟ ସୁସ୍ଥିର ଓ ସେ ବଳବାନ ହୁଅନ୍ତେ, ସେ ଓ ତାଙ୍କ ସଙ୍ଗେ ସମଗ୍ର ଇସ୍ରାଏଲ ସଦାପ୍ରଭୁଙ୍କ ବ୍ୟବସ୍ଥା ପରିତ୍ୟାଗ କଲେ।
2ଆଉ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରିବାରୁ ରିହବୀୟାମ ରାଜାଙ୍କ ରାଜତ୍ଵର ପଞ୍ଚମ ବର୍ଷରେ ମିସରର ରାଜା ଶୀଶକ୍ ଯିରୂଶାଲମ ବିରୁଦ୍ଧରେ ଆସିଲା;
3ତାହା ସଙ୍ଗେ ବାର ଶହ ରଥ, ଷାଠିଏ ହଜାର ଅଶ୍ୱାରୂଢ଼ ଥିଲେ ଓ ତାହା ସଙ୍ଗେ ମିସରରୁ ଅସଂଖ୍ୟ ଲୂବୀୟ ଓ ସୁକ୍କୀୟ ଓ କୂଶୀୟ ଲୋକ ଆସିଲେ।
4ପୁଣି, ସେ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସବୁ ହସ୍ତଗତ କରି ଯିରୂଶାଲମ ପର୍ଯ୍ୟନ୍ତ ଆସିଲା।
5ତହିଁରେ ଶମୟୀୟ ଭବିଷ୍ୟଦ୍ବକ୍ତା, ଶୀଶକ୍ ସକାଶୁ ଯିରୂଶାଲମରେ ଏକତ୍ରିତ ରିହବୀୟାମ ଓ ଯିହୁଦାର ଅଧିପତିମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଶୀଶକ୍ ହସ୍ତରେ ଛାଡ଼ିଦେଲୁ।”