ଦ୍ବିତୀୟ ବଂଶାବଳୀ 12

ପୁଣି, ସେ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସବୁ ହସ୍ତଗତ କରି ଯିରୂଶାଲମ ପର୍ଯ୍ୟନ୍ତ ଆସିଲା।

2 Chronicles 12:4 (UKJV) And he took the fenced cities which pertained to Judah, and came to Jerusalem.

2ଆଉ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରିବାରୁ ରିହବୀୟାମ ରାଜାଙ୍କ ରାଜତ୍ଵର ପଞ୍ଚମ ବର୍ଷରେ ମିସରର ରାଜା ଶୀଶକ୍‍ ଯିରୂଶାଲମ ବିରୁଦ୍ଧରେ ଆସିଲା;

3ତାହା ସଙ୍ଗେ ବାର ଶହ ରଥ, ଷାଠିଏ ହଜାର ଅଶ୍ୱାରୂଢ଼ ଥିଲେ ଓ ତାହା ସଙ୍ଗେ ମିସରରୁ ଅସଂଖ୍ୟ ଲୂବୀୟ ଓ ସୁକ୍କୀୟ ଓ କୂଶୀୟ ଲୋକ ଆସିଲେ।

4ପୁଣି, ସେ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସବୁ ହସ୍ତଗତ କରି ଯିରୂଶାଲମ ପର୍ଯ୍ୟନ୍ତ ଆସିଲା।

5ତହିଁରେ ଶମୟୀୟ ଭବିଷ୍ୟଦ୍‍ବକ୍ତା, ଶୀଶକ୍‍ ସକାଶୁ ଯିରୂଶାଲମରେ ଏକତ୍ରିତ ରିହବୀୟାମ ଓ ଯିହୁଦାର ଅଧିପତିମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଶୀଶକ୍‍ ହସ୍ତରେ ଛାଡ଼ିଦେଲୁ।”

6ସେତେବେଳେ ଇସ୍ରାଏଲର ଅଧିପତିମାନେ ଓ ରାଜା ଆପଣାମାନଙ୍କୁ ନମ୍ର କଲେ ଓ କହିଲେ, “ସଦାପ୍ରଭୁ ଧର୍ମମୟ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.