4ପୁଣି, ସେ ଯିହୁଦାର ପ୍ରାଚୀର-ବେଷ୍ଟିତ ନଗରସବୁ ହସ୍ତଗତ କରି ଯିରୂଶାଲମ ପର୍ଯ୍ୟନ୍ତ ଆସିଲା।
5ତହିଁରେ ଶମୟୀୟ ଭବିଷ୍ୟଦ୍ବକ୍ତା, ଶୀଶକ୍ ସକାଶୁ ଯିରୂଶାଲମରେ ଏକତ୍ରିତ ରିହବୀୟାମ ଓ ଯିହୁଦାର ଅଧିପତିମାନଙ୍କ ନିକଟକୁ ଆସି ସେମାନଙ୍କୁ କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଆମ୍ଭକୁ ପରିତ୍ୟାଗ କରିଅଛ, ଏହେତୁ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କୁ ଶୀଶକ୍ ହସ୍ତରେ ଛାଡ଼ିଦେଲୁ।”
6ସେତେବେଳେ ଇସ୍ରାଏଲର ଅଧିପତିମାନେ ଓ ରାଜା ଆପଣାମାନଙ୍କୁ ନମ୍ର କଲେ ଓ କହିଲେ, “ସଦାପ୍ରଭୁ ଧର୍ମମୟ।”
7ତହୁଁ ସେମାନେ ଆପଣାମାନଙ୍କୁ ନମ୍ର କରିଅଛନ୍ତି, ଏହା ସଦାପ୍ରଭୁ ଦେଖନ୍ତେ, ଶମୟୀୟ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; “ସେମାନେ ଆପଣମାନଙ୍କୁ ନମ୍ର କରିଅଛନ୍ତି; ଆମ୍ଭେ ସେମାନଙ୍କୁ ବିନାଶ କରିବା ନାହିଁ; ମାତ୍ର ଆମ୍ଭେ ସେମାନଙ୍କୁ କିଛି ସାହାଯ୍ୟ ପ୍ରଦାନ କରିବା ଓ ଶୀଶକ୍ର ହସ୍ତ ଦ୍ୱାରା ଯିରୂଶାଲମ ଉପରେ ଆମ୍ଭର କୋପ ଢଳାଯିବ ନାହିଁ।
8ତଥାପି ଯେପରି ସେମାନେ ଆମ୍ଭର ସେବା ଓ ନାନା ଦେଶୀୟ ରାଜ୍ୟର ସେବା ଅନୁଭବ କରିବେ, ଏଥିପାଇଁ ସେମାନେ ତାହାର ଦାସ ହେବେ।”