ଦ୍ବିତୀୟ ବଂଶାବଳୀ 12

ତଥାପି ଯେପରି ସେମାନେ ଆମ୍ଭର ସେବା ଓ ନାନା ଦେଶୀୟ ରାଜ୍ୟର ସେବା ଅନୁଭବ କରିବେ, ଏଥିପାଇଁ ସେମାନେ ତାହାର ଦାସ ହେବେ।”

2 Chronicles 12:8 (UKJV) Nevertheless they shall be his servants; that they may know my service, and the service of the kingdoms of the countries.

6ସେତେବେଳେ ଇସ୍ରାଏଲର ଅଧିପତିମାନେ ଓ ରାଜା ଆପଣାମାନଙ୍କୁ ନମ୍ର କଲେ ଓ କହିଲେ, “ସଦାପ୍ରଭୁ ଧର୍ମମୟ।”

7ତହୁଁ ସେମାନେ ଆପଣାମାନଙ୍କୁ ନମ୍ର କରିଅଛନ୍ତି, ଏହା ସଦାପ୍ରଭୁ ଦେଖନ୍ତେ, ଶମୟୀୟ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା; “ସେମାନେ ଆପଣମାନଙ୍କୁ ନମ୍ର କରିଅଛନ୍ତି; ଆମ୍ଭେ ସେମାନଙ୍କୁ ବିନାଶ କରିବା ନାହିଁ; ମାତ୍ର ଆମ୍ଭେ ସେମାନଙ୍କୁ କିଛି ସାହାଯ୍ୟ ପ୍ରଦାନ କରିବା ଓ ଶୀଶକ୍‍ର ହସ୍ତ ଦ୍ୱାରା ଯିରୂଶାଲମ ଉପରେ ଆମ୍ଭର କୋପ ଢଳାଯିବ ନାହିଁ।

8ତଥାପି ଯେପରି ସେମାନେ ଆମ୍ଭର ସେବା ଓ ନାନା ଦେଶୀୟ ରାଜ୍ୟର ସେବା ଅନୁଭବ କରିବେ, ଏଥିପାଇଁ ସେମାନେ ତାହାର ଦାସ ହେବେ।”

9ଏଉତ୍ତାରେ ମିସରର ରାଜା ଶୀଶକ୍‍ ଯିରୂଶାଲମ ପ୍ରତିକୂଳରେ ଆସି ସଦାପ୍ରଭୁଙ୍କ ଗୃହର ସଞ୍ଚିତ ଧନ ଓ ରାଜଗୃହର ସଞ୍ଚିତ ଧନ ନେଇଗଲା; ସେ ସବୁ ନେଇଗଲା; ସେ ଶଲୋମନଙ୍କର ନିର୍ମିତ ସୁବର୍ଣ୍ଣ-ଢାଲସବୁ ହିଁ ନେଇଗଲା।

10ତହୁଁ ରିହବୀୟାମ ରାଜା ସେହିସବୁର ପରିବର୍ତ୍ତେ ପିତ୍ତଳ-ଢାଲ ନିର୍ମାଣ କରି ରାଜଗୃହର ଦ୍ୱାରପାଳ ପ୍ରହରୀବର୍ଗର ଅଧ୍ୟକ୍ଷମାନଙ୍କ ହସ୍ତରେ ସମର୍ପଣ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.