10ମାତ୍ର ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି ଓ ଆମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରି ନାହୁଁ; ପୁଣି ସଦାପ୍ରଭୁଙ୍କ ପରିଚର୍ଯ୍ୟାକାରୀ ହାରୋଣ-ସନ୍ତାନଗଣ ଆମ୍ଭମାନଙ୍କର ଯାଜକ ଅଛନ୍ତି ଓ ଲେବୀୟମାନେ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ଅଛନ୍ତି;
11ସେମାନେ ପ୍ରତି ପ୍ରଭାତରେ ଓ ପ୍ରତି ସନ୍ଧ୍ୟାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଓ ସୁଗନ୍ଧି ଧୂପ ଦଗ୍ଧ କରୁଅଛନ୍ତି; ସେମାନେ ପବିତ୍ର ମେଜ ଉପରେ ଦର୍ଶନୀୟ ରୁଟି ଓ ପ୍ରତି ସନ୍ଧ୍ୟାରେ ଜ୍ୱଳାଇବା ପାଇଁ ପ୍ରଦୀପ ସହିତ ସ୍ୱର୍ଣ୍ଣମୟ ଦୀପବୃକ୍ଷ ସଜାନ୍ତି; କାରଣ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରକ୍ଷଣୀୟ ରକ୍ଷା କରୁଅଛୁ; ମାତ୍ର ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିଅଛ।
12ଆଉ ଦେଖ, ପରମେଶ୍ୱର ଆମ୍ଭମାନଙ୍କର ମସ୍ତକ ସ୍ୱରୂପ ଅଛନ୍ତି ଓ ତାହାଙ୍କ ଯାଜକମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ରଣତୂରୀ ବଜାଇବା ପାଇଁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି। ହେ ଇସ୍ରାଏଲ-ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପିତୃଗଣର ପରମେଶ୍ୱରଙ୍କ ପ୍ରତିକୂଳରେ ଯୁଦ୍ଧ ନ କର; କାରଣ ତୁମ୍ଭେମାନେ କୃତକାର୍ଯ୍ୟ ହେବ ନାହିଁ।”
13ତଥାପି ଯାରବୀୟାମ ସେମାନଙ୍କ ଆକ୍ରମଣାର୍ଥେ ପଶ୍ଚାଦ୍ଦିଗରେ ଗୋପନରେ ସୈନ୍ୟ ରଖିଲେ; ଏଣୁ ଲୋକମାନେ ଯିହୁଦାର ଆଗରେ ଓ ସେହି ଗୁପ୍ତ ଦଳ ସେମାନଙ୍କ ପଛରେ ରହିଲେ।
14ତହିଁରେ ଯିହୁଦା ପଛକୁ ଅନାନ୍ତେ, ଦେଖ, ସେମାନଙ୍କ ଆଗରେ ଓ ପଛରେ ଯୁଦ୍ଧ; ତହୁଁ ସେମାନେ ସଦାପ୍ରଭୁଙ୍କ ନିକଟରେ ଡାକ ପକାଇଲେ ଓ ଯାଜକମାନେ ତୂରୀଧ୍ୱନି କଲେ।