15ସେତେବେଳେ ଯିହୁଦାର ଲୋକମାନେ ସିଂହନାଦ କଲେ; ଆଉ ଯିହୁଦାର ଲୋକମାନେ ସିଂହନାଦ କରିବା ସମୟରେ ପରମେଶ୍ୱର ଅବୀୟ ଓ ଯିହୁଦାର ସମ୍ମୁଖରେ ଯାରବୀୟାମଙ୍କୁ ଓ ସମସ୍ତ ଇସ୍ରାଏଲକୁ ଆଘାତ କଲେ।
16ତହିଁରେ ଇସ୍ରାଏଲ-ସନ୍ତାନଗଣ ଯିହୁଦା ସମ୍ମୁଖରୁ ପଳାଇଲେ ଓ ପରମେଶ୍ୱର ସେମାନଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କଲେ।
17ତହୁଁ ଅବୀୟ ଓ ତାଙ୍କର ଲୋକମାନେ ମହାସଂହାରରେ ସେମାନଙ୍କୁ ବଧ କଲେ; ଏଥିରେ ଇସ୍ରାଏଲର ପାଞ୍ଚ ଲକ୍ଷ ବଛା ଲୋକ ହତ ହୋଇ ପଡ଼ିଲେ।
18ଏହିରୂପେ ସେହି ସମୟରେ ଇସ୍ରାଏଲ ସନ୍ତାନମାନେ ଅବନତ ହେଲେ ଓ ଯିହୁଦାର ସନ୍ତାନମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଉପରେ ନିର୍ଭର ରଖିବାରୁ ଜୟଯୁକ୍ତ ହେଲେ।
19ଏଉତ୍ତାରେ ଅବୀୟ ଯାରବୀୟାମଙ୍କର ପଛେ ପଛେ ଗୋଡ଼ାଇ ତାଙ୍କର କେତେକ ନଗର, ଅର୍ଥାତ୍, ବେଥେଲ୍ ଓ ତହିଁର ଉପନଗର, ଯିଶାନା ଓ ତହିଁର ଉପନଗର, ପୁଣି ଇଫ୍ରୋଣ ଓ ତହିଁର ଉପନଗରସକଳ ହସ୍ତଗତ କରି ନେଲେ।