18ଏହିରୂପେ ସେହି ସମୟରେ ଇସ୍ରାଏଲ ସନ୍ତାନମାନେ ଅବନତ ହେଲେ ଓ ଯିହୁଦାର ସନ୍ତାନମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଉପରେ ନିର୍ଭର ରଖିବାରୁ ଜୟଯୁକ୍ତ ହେଲେ।
19ଏଉତ୍ତାରେ ଅବୀୟ ଯାରବୀୟାମଙ୍କର ପଛେ ପଛେ ଗୋଡ଼ାଇ ତାଙ୍କର କେତେକ ନଗର, ଅର୍ଥାତ୍, ବେଥେଲ୍ ଓ ତହିଁର ଉପନଗର, ଯିଶାନା ଓ ତହିଁର ଉପନଗର, ପୁଣି ଇଫ୍ରୋଣ ଓ ତହିଁର ଉପନଗରସକଳ ହସ୍ତଗତ କରି ନେଲେ।
20ପୁଣି ଅବୀୟଙ୍କର ଜୀବନ କାଳ ଯାଏ ଯାରବୀୟାମ ଆଉ ବଳ ପାଇ ପାରିଲେ ନାହିଁ; ଏଉତ୍ତାରେ ସଦାପ୍ରଭୁ ତାଙ୍କୁ ଆଘାତ କରନ୍ତେ, ସେ ମଲେ।
21ମାତ୍ର ଅବୀୟ ବେଳକୁ ବେଳ ବଳବାନ ହୋଇ ଉଠିଲେ, ପୁଣି ଚଉଦ ଭାର୍ଯ୍ୟା ବିବାହ କରି ବାଇଶ ପୁତ୍ର ଓ ଷୋହଳ କନ୍ୟା ଜାତ କଲେ।
22ଏହି ଅବୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା ଓ ତାଙ୍କର ଉକ୍ତି ଇଦ୍ଦୋ ଭବିଷ୍ୟଦ୍ବକ୍ତାର ଟୀକାଗ୍ରନ୍ଥରେ ଲିଖିତ ଅଛି।