ଦ୍ବିତୀୟ ବଂଶାବଳୀ 13

ମାତ୍ର ଅବୀୟ ବେଳକୁ ବେଳ ବଳବାନ ହୋଇ ଉଠିଲେ, ପୁଣି ଚଉଦ ଭାର୍ଯ୍ୟା ବିବାହ କରି ବାଇଶ ପୁତ୍ର ଓ ଷୋହଳ କନ୍ୟା ଜାତ କଲେ।

2 Chronicles 13:21 (UKJV) But Abijah waxed mighty, and married fourteen wives, and brings forth twenty and two sons, and sixteen daughters.

19ଏଉତ୍ତାରେ ଅବୀୟ ଯାରବୀୟାମଙ୍କର ପଛେ ପଛେ ଗୋଡ଼ାଇ ତାଙ୍କର କେତେକ ନଗର, ଅର୍ଥାତ୍‍, ବେଥେଲ୍‍ ଓ ତହିଁର ଉପନଗର, ଯିଶାନା ଓ ତହିଁର ଉପନଗର, ପୁଣି ଇଫ୍ରୋଣ ଓ ତହିଁର ଉପନଗରସକଳ ହସ୍ତଗତ କରି ନେଲେ।

20ପୁଣି ଅବୀୟଙ୍କର ଜୀବନ କାଳ ଯାଏ ଯାରବୀୟାମ ଆଉ ବଳ ପାଇ ପାରିଲେ ନାହିଁ; ଏଉତ୍ତାରେ ସଦାପ୍ରଭୁ ତାଙ୍କୁ ଆଘାତ କରନ୍ତେ, ସେ ମଲେ।

21ମାତ୍ର ଅବୀୟ ବେଳକୁ ବେଳ ବଳବାନ ହୋଇ ଉଠିଲେ, ପୁଣି ଚଉଦ ଭାର୍ଯ୍ୟା ବିବାହ କରି ବାଇଶ ପୁତ୍ର ଓ ଷୋହଳ କନ୍ୟା ଜାତ କଲେ।

22ଏହି ଅବୀୟଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା ଓ ତାଙ୍କର ଉକ୍ତି ଇଦ୍ଦୋ ଭବିଷ୍ୟଦ୍‍ବକ୍ତାର ଟୀକାଗ୍ରନ୍ଥରେ ଲିଖିତ ଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.