ଦ୍ବିତୀୟ ବଂଶାବଳୀ 13

ଅବୀୟ ଚାରି ଲକ୍ଷ ବଛା ବିକ୍ରମଶାଳୀ ସୈନ୍ୟ ସଙ୍ଗେ ମିଶି ଯୁଦ୍ଧ କଲେ ଓ ଯାରବୀୟାମ ଆଠ ଲକ୍ଷ ବଛା ମହାବିକ୍ରମଶାଳୀ ଲୋକ ନେଇ ତାଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲା।

2 Chronicles 13:3 (UKJV) And Abijah set the battle in array with an army of valiant men of war, even four hundred thousand chosen men: Jeroboam also set the battle in array against him with eight hundred thousand chosen men, being mighty men of valour.

1ଯାରବୀୟାମ ରାଜାଙ୍କ ରାଜତ୍ଵର ଅଠର ବର୍ଷରେ ଅବୀୟ ଯିହୁଦା ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ।

2ସେ ଯିରୂଶାଲମରେ ତିନି ବର୍ଷ ରାଜ୍ୟ କଲେ; ତାଙ୍କର ମାତାଙ୍କ ନାମ ମୀଖାୟ, ସେ ଗିବୀୟା ନିବାସୀ ଊରୀୟେଲର କନ୍ୟା ଥିଲେ। ପୁଣି ଅବୀୟ ଓ ଯାରବୀୟାମ ମଧ୍ୟରେ ଯୁଦ୍ଧ ଚାଲିଲା।

3ଅବୀୟ ଚାରି ଲକ୍ଷ ବଛା ବିକ୍ରମଶାଳୀ ସୈନ୍ୟ ସଙ୍ଗେ ମିଶି ଯୁଦ୍ଧ କଲେ ଓ ଯାରବୀୟାମ ଆଠ ଲକ୍ଷ ବଛା ମହାବିକ୍ରମଶାଳୀ ଲୋକ ନେଇ ତାଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲା।

4ତହିଁରେ ଅବୀୟ ଇଫ୍ରୟିମର ପର୍ବତମୟ ଦେଶସ୍ଥ ସୀମାରୟମ୍‍ ପର୍ବତରେ ଠିଆ ହୋଇ କହିଲେ, “ହେ ଯାରବୀୟାମ ଓ ସମଗ୍ର ଇସ୍ରାଏଲ ଲୋକ, ମୋʼ କଥା ଶୁଣ;

5ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଯେ ଲବଣର ନିୟମ ଦ୍ୱାର ଇସ୍ରାଏଲର ରାଜତ୍ୱ ଚିରକାଳ ନିମନ୍ତେ ଦାଉଦଙ୍କୁ, ଅର୍ଥାତ୍‍, ତାଙ୍କୁ ଓ ତାଙ୍କ ସନ୍ତାନଗଣକୁ ଦେଇଅଛନ୍ତି, ଏହା କʼଣ ତୁମ୍ଭମାନଙ୍କର ଜାଣିବା ଉଚିତ ନୁହେଁ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.