3ଅବୀୟ ଚାରି ଲକ୍ଷ ବଛା ବିକ୍ରମଶାଳୀ ସୈନ୍ୟ ସଙ୍ଗେ ମିଶି ଯୁଦ୍ଧ କଲେ ଓ ଯାରବୀୟାମ ଆଠ ଲକ୍ଷ ବଛା ମହାବିକ୍ରମଶାଳୀ ଲୋକ ନେଇ ତାଙ୍କ ବିରୁଦ୍ଧରେ ଯୁଦ୍ଧ ସଜାଇଲା।
4ତହିଁରେ ଅବୀୟ ଇଫ୍ରୟିମର ପର୍ବତମୟ ଦେଶସ୍ଥ ସୀମାରୟମ୍ ପର୍ବତରେ ଠିଆ ହୋଇ କହିଲେ, “ହେ ଯାରବୀୟାମ ଓ ସମଗ୍ର ଇସ୍ରାଏଲ ଲୋକ, ମୋʼ କଥା ଶୁଣ;
5ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଯେ ଲବଣର ନିୟମ ଦ୍ୱାର ଇସ୍ରାଏଲର ରାଜତ୍ୱ ଚିରକାଳ ନିମନ୍ତେ ଦାଉଦଙ୍କୁ, ଅର୍ଥାତ୍, ତାଙ୍କୁ ଓ ତାଙ୍କ ସନ୍ତାନଗଣକୁ ଦେଇଅଛନ୍ତି, ଏହା କʼଣ ତୁମ୍ଭମାନଙ୍କର ଜାଣିବା ଉଚିତ ନୁହେଁ?
6ତଥାପି ଦାଉଦଙ୍କର ପୁତ୍ର ଶଲୋମନଙ୍କ ଦାସ ଯେ ନବାଟର ପୁତ୍ର ଯାରବୀୟାମ, ସେ ଉଠି ଆପଣା ପ୍ରଭୁର ବିଦ୍ରୋହୀ ହୋଇଅଛି।
7ପୁଣି ଦୁଷ୍ଟ ଓ ଅସାର ଲୋକମାନେ ତାହା ପକ୍ଷରେ ଏକତ୍ର ହୋଇ ଶଲୋମନଙ୍କର ପୁତ୍ର, ରିହବୀୟାମଙ୍କ ପ୍ରତିକୂଳରେ ଆପଣମାନଙ୍କୁ ବଳିଷ୍ଠ କଲେ; ସେହି ସମୟରେ ରିହବୀୟାମ ଯୁବା ଓ କୋମଳାନ୍ତଃକରଣ ଥିଲେ ଓ ସେମାନଙ୍କର ପ୍ରତିବାଧା କରି ପାରିଲେ ନାହିଁ।