8ଏହି ଆସାଙ୍କର ଯିହୁଦା ମଧ୍ୟରୁ ତିନି ଲକ୍ଷ ଢାଲ ଓ ବର୍ଚ୍ଛାଧାରୀ ଓ ବିନ୍ୟାମୀନ୍ ମଧ୍ୟରୁ ଦୁଇ ଲକ୍ଷ ଅଶୀ ହଜାର ଢାଲ ଓ ଧନୁର୍ଦ୍ଧାରୀ, ଏକ ସୈନ୍ୟଦଳ ଥିଲେ; ଏସମସ୍ତେ ମହାବିକ୍ରମଶାଳୀ ଲୋକ ଥିଲେ।
9ଏଉତ୍ତାରେ କୂଶଦେଶୀୟ ସେରହ ଦଶ ଲକ୍ଷ ସୈନ୍ୟ ଓ ତିନି ଶହ ରଥ ନେଇ ସେମାନଙ୍କ ବିରୁଦ୍ଧରେ ବାହାର ହୋଇ ଆସିଲା; ସେ ମାରେଶା ପର୍ଯ୍ୟନ୍ତ ଆସିଲା।
10ସେତେବେଳେ ଆସା ତାହାକୁ ଭେଟିବାକୁ ଯାଆନ୍ତେ, ସେମାନେ ମାରେଶା ନିକଟସ୍ଥ ସଫାଥା ଉପତ୍ୟକାରେ ଯୁଦ୍ଧ ସଜାଇଲେ।
11ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୋ, ବଳବାନ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”
12ଏଥିରେ ସଦାପ୍ରଭୁ ଆସା ସମ୍ମୁଖରେ ଓ ଯିହୁଦା ସମ୍ମୁଖରେ କୂଶୀୟମାନଙ୍କୁ ଆଘାତ କଲେ; ତହୁଁ କୂଶୀୟମାନେ ପଳାୟନ କଲେ।