ଦ୍ବିତୀୟ ବଂଶାବଳୀ 14

ଏଥିରେ ସଦାପ୍ରଭୁ ଆସା ସମ୍ମୁଖରେ ଓ ଯିହୁଦା ସମ୍ମୁଖରେ କୂଶୀୟମାନଙ୍କୁ ଆଘାତ କଲେ; ତହୁଁ କୂଶୀୟମାନେ ପଳାୟନ କଲେ।

2 Chronicles 14:12 (UKJV) So the LORD stroke the Ethiopians before Asa, and before Judah; and the Ethiopians fled.

10ସେତେବେଳେ ଆସା ତାହାକୁ ଭେଟିବାକୁ ଯାଆନ୍ତେ, ସେମାନେ ମାରେଶା ନିକଟସ୍ଥ ସଫାଥା ଉପତ୍ୟକାରେ ଯୁଦ୍ଧ ସଜାଇଲେ।

11ଏଥିରେ ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ନିକଟରେ ଡାକ ପକାଇ କହିଲେ, “ସଦାପ୍ରଭୋ, ବଳବାନ ଓ ବଳହୀନ ଲୋକ ମଧ୍ୟରେ ସାହାଯ୍ୟ କରିବାକୁ ତୁମ୍ଭ ଭିନ୍ନ ଆଉ କେହି ନାହାନ୍ତି; ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କର ସାହାଯ୍ୟ କର; କାରଣ ଆମ୍ଭେମାନେ ତୁମ୍ଭ ଉପରେ ନିର୍ଭର କରୁଅଛୁ ଓ ତୁମ୍ଭ ନାମରେ ଏହି ଜନତା ପ୍ରତିକୂଳରେ ଆସିଅଛୁ। ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କର ପରମେଶ୍ୱର ଅଟ; ମନୁଷ୍ୟ ତୁମ୍ଭ ପ୍ରତିକୂଳରେ ଜୟଯୁକ୍ତ ନ ହେଉ।”

12ଏଥିରେ ସଦାପ୍ରଭୁ ଆସା ସମ୍ମୁଖରେ ଓ ଯିହୁଦା ସମ୍ମୁଖରେ କୂଶୀୟମାନଙ୍କୁ ଆଘାତ କଲେ; ତହୁଁ କୂଶୀୟମାନେ ପଳାୟନ କଲେ।

13ଏଉତ୍ତାରେ ଆସା ଓ ତାଙ୍କ ସଙ୍ଗୀ ଲୋକମାନେ ଗରାର ପର୍ଯ୍ୟନ୍ତ ସେମାନଙ୍କ ପଛେ ପଛେ ଗୋଡ଼ାଇଲେ; ତହିଁରେ କୂଶୀୟମାନଙ୍କର ଏତେ ଲୋକ ମାରା ପଡ଼ିଲେ ଯେ, ସେମାନେ ଆଉ ସବଳ ହୋଇ ଉଠି ପାରିଲେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ଓ ତାହାଙ୍କ ସୈନ୍ୟ ସମ୍ମୁଖରେ ବିନଷ୍ଟ ହେଲେ; ଏଣୁ ଯିହୁଦା-ଲୋକମାନେ ଅପାର ଲୁଟଦ୍ରବ୍ୟ ବହିନେଲେ।

14ଆଉ, ସେମାନେ ଗରାରର ଚତୁର୍ଦ୍ଦିଗସ୍ଥ ନଗରସବୁ ଆଘାତ କଲେ; କାରଣ ସଦାପ୍ରଭୁଙ୍କ ଭୟ ସେହି ସବୁ ନଗର ଉପରେ ଉପସ୍ଥିତ ହେଲା; ପୁଣି ସେମାନେ ସମସ୍ତ ନଗର ଲୁଟ କଲେ; କାରଣ ତହିଁ ମଧ୍ୟରେ ଅନେକ ଲୁଟଦ୍ରବ୍ୟ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.