1ଏଥିଉତ୍ତାରେ ଅବୀୟଙ୍କ ମୃତ୍ୟୁ ପରେ, ଲୋକମାନେ ଦାଉଦ-ନଗରରେ ତାଙ୍କୁ କବର ଦେଲେ, ଆଉ ତାଙ୍କର ପୁତ୍ର ଆସା ତାଙ୍କ ପଦରେ ରାଜ୍ୟ କଲେ। ଏହାଙ୍କ ଅଧିକାର ସମୟରେ ଦେଶ ଦଶ ବର୍ଷ ସୁସ୍ଥିର ରହିଲା।
2ପୁଣି ଆସା ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ କର୍ମ କଲେ;
3କାରଣ ସେ ଅନ୍ୟ (ଦେବଗଣର) ଯଜ୍ଞବେଦି ଓ ଉଚ୍ଚସ୍ଥଳୀସକଳ ଦୂର କଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତିସକଳ ଛେଦନ କଲେ;
4ଆଉ ସେ ଯିହୁଦାର ଲୋକମାନଙ୍କୁ ସେମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ, ପୁଣି ବ୍ୟବସ୍ଥା ଓ ଆଜ୍ଞା ପ୍ରତିପାଳନ କରିବାକୁ ଆଦେଶ ଦେଲେ।