4ଆଉ ସେ ଯିହୁଦାର ଲୋକମାନଙ୍କୁ ସେମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କର ଅନ୍ୱେଷଣ କରିବାକୁ, ପୁଣି ବ୍ୟବସ୍ଥା ଓ ଆଜ୍ଞା ପ୍ରତିପାଳନ କରିବାକୁ ଆଦେଶ ଦେଲେ।
5ଆହୁରି, ସେ ଯିହୁଦାର ସମସ୍ତ ନଗରରୁ ଉଚ୍ଚସ୍ଥଳୀ ଓ ସୂର୍ଯ୍ୟ-ପ୍ରତିମାସବୁ ଦୂର କଲେ ଓ ତାଙ୍କ ସମ୍ମୁଖରେ ରାଜ୍ୟ ସୁସ୍ଥିର ହେଲା।
6ପୁଣି, ସେ ଯିହୁଦା ଦେଶରେ କେତେକ ପ୍ରାଚୀର-ବେଷ୍ଟିତ ନଗର ନିର୍ମାଣ କଲେ; କାରଣ ସେହି କେତେକ ବର୍ଷ ଦେଶ ସୁସ୍ଥିର ଥିଲା ଓ ତାଙ୍କୁ ଯୁଦ୍ଧ କରିବାକୁ ନୋହିଲା; ଯେହେତୁ ସଦାପ୍ରଭୁ ତାଙ୍କୁ ବିଶ୍ରାମ ଦେଇଥିଲେ।
7ଏହେତୁ ସେ ଯିହୁଦାକୁ କହିଲେ, “ଆସ, ଆମ୍ଭେମାନେ ଏହିସବୁ ନଗର ନିର୍ମାଣ କରି ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଓ ଦୁର୍ଗ, ଦ୍ୱାର ଓ ଅର୍ଗଳ ପ୍ରସ୍ତୁତ କରୁ; ଦେଶ ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ସମ୍ମୁଖରେ ଅଛି, ଯେହେତୁ ଆମ୍ଭେମାନେ ସଦାପ୍ରଭୁ ଆପଣାମାନଙ୍କ ପରମେଶ୍ୱରଙ୍କୁ ଅନ୍ୱେଷଣ କରିଅଛୁ; ଆମ୍ଭେମାନେ ତାହାଙ୍କର ଅନ୍ୱେଷଣ କରିଅଛୁ ଓ ସେ ଆମ୍ଭମାନଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଇଅଛନ୍ତି।” ତହୁଁ ସେମାନେ ନଗର ନିର୍ମାଣ କରି କୃତକାର୍ଯ୍ୟ ହେଲେ।
8ଏହି ଆସାଙ୍କର ଯିହୁଦା ମଧ୍ୟରୁ ତିନି ଲକ୍ଷ ଢାଲ ଓ ବର୍ଚ୍ଛାଧାରୀ ଓ ବିନ୍ୟାମୀନ୍ ମଧ୍ୟରୁ ଦୁଇ ଲକ୍ଷ ଅଶୀ ହଜାର ଢାଲ ଓ ଧନୁର୍ଦ୍ଧାରୀ, ଏକ ସୈନ୍ୟଦଳ ଥିଲେ; ଏସମସ୍ତେ ମହାବିକ୍ରମଶାଳୀ ଲୋକ ଥିଲେ।