ଦ୍ବିତୀୟ ବଂଶାବଳୀ 15

ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଓଦେଦ୍‍ର ପୁତ୍ର ଅସରୀୟ ଉପରେ ଅଧିଷ୍ଠାନ କଲେ;

2 Chronicles 15:1 (UKJV) And the Spirit of God came upon Azariah the son of Oded:

1ଏଥିଉତ୍ତାରେ ପରମେଶ୍ୱରଙ୍କ ଆତ୍ମା ଓଦେଦ୍‍ର ପୁତ୍ର ଅସରୀୟ ଉପରେ ଅଧିଷ୍ଠାନ କଲେ;

2ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋʼ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବାଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।

3ଇସ୍ରାଏଲ ବହୁ କାଳ ପର୍ଯ୍ୟନ୍ତ ସତ୍ୟ ପରମେଶ୍ୱର-ବିହୀନ ଓ ଶିକ୍ଷାଦାୟୀ-ଯାଜକବିହୀନ ଓ ବ୍ୟବସ୍ଥାବିହୀନ ହୋଇଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.