ଦ୍ବିତୀୟ ବଂଶାବଳୀ 15

ଏହେତୁ ଆସାଙ୍କ ରାଜତ୍ଵର ପନ୍ଦର ବର୍ଷର ତୃତୀୟ ମାସରେ ଲୋକମାନେ ଯିରୂଶାଲମରେ ଏକତ୍ରିତ ହେଲେ।

2 Chronicles 15:10 (UKJV) So they gathered themselves together at Jerusalem in the third month, in the fifteenth year of the reign of Asa.

8ଏଥିରେ ଆସା ଏହିସବୁ କଥା ଓ ଓଦେଦ୍‍ ଭବିଷ୍ୟଦ୍‍ବକ୍ତାର ଭବିଷ୍ୟତ ବାକ୍ୟ ଶୁଣନ୍ତେ, ସାହସ ପାଇଲେ, ପୁଣି ଯିହୁଦା ଓ ବିନ୍ୟାମୀନ୍‍ର ସମୁଦାୟ ଦେଶରୁ ଓ ଇଫ୍ରୟିମର ପର୍ବତମୟ ଦେଶରେ ହସ୍ତଗତ କରିଥିବା ନଗରସବୁରୁ ଘୃଣାଯୋଗ୍ୟ ବସ୍ତୁସବୁ ଦୂର କଲେ; ଆଉ ସଦାପ୍ରଭୁଙ୍କ ବାରଣ୍ଡା ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ପୁନର୍ବାର ସଜାଡ଼ିଲେ।

9ଏଉତ୍ତାରେ ସେ ସମୁଦାୟ ଯିହୁଦା ଓ ବିନ୍ୟାମୀନ୍ ଲୋକଙ୍କୁ, ପୁଣି ଇଫ୍ରୟିମ ଓ ମନଃଶି ଓ ଶିମୀୟୋନ ମଧ୍ୟରୁ ସେମାନଙ୍କ ସହିତ ପ୍ରବାସକାରୀ ଲୋକମାନଙ୍କୁ ଏକତ୍ର କଲେ; କାରଣ ଇସ୍ରାଏଲ ମଧ୍ୟରୁ ଅନେକେ ସଦାପ୍ରଭୁ ତାଙ୍କର ପରମେଶ୍ୱର ତାଙ୍କର ସହବର୍ତ୍ତୀ ଅଛନ୍ତି ବୋଲି ଦେଖି ତାଙ୍କ ସପକ୍ଷ ହୋଇଥିଲେ।

10ଏହେତୁ ଆସାଙ୍କ ରାଜତ୍ଵର ପନ୍ଦର ବର୍ଷର ତୃତୀୟ ମାସରେ ଲୋକମାନେ ଯିରୂଶାଲମରେ ଏକତ୍ରିତ ହେଲେ।

11ଆଉ, ସେହି ଦିନ ସେମାନେ ଆପଣାମାନଙ୍କର ଆନୀତ ଲୁଟଦ୍ରବ୍ୟ ମଧ୍ୟରୁ ସାତ ଶହ ଗୋରୁ ଓ ସାତ ହଜାର ମେଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ

12ପୁଣି ସେମାନେ ଆପଣା ଆପଣା ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କର ଅନ୍ୱେଷଣ କରିବାକୁ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.