9ଏଉତ୍ତାରେ ସେ ସମୁଦାୟ ଯିହୁଦା ଓ ବିନ୍ୟାମୀନ୍ ଲୋକଙ୍କୁ, ପୁଣି ଇଫ୍ରୟିମ ଓ ମନଃଶି ଓ ଶିମୀୟୋନ ମଧ୍ୟରୁ ସେମାନଙ୍କ ସହିତ ପ୍ରବାସକାରୀ ଲୋକମାନଙ୍କୁ ଏକତ୍ର କଲେ; କାରଣ ଇସ୍ରାଏଲ ମଧ୍ୟରୁ ଅନେକେ ସଦାପ୍ରଭୁ ତାଙ୍କର ପରମେଶ୍ୱର ତାଙ୍କର ସହବର୍ତ୍ତୀ ଅଛନ୍ତି ବୋଲି ଦେଖି ତାଙ୍କ ସପକ୍ଷ ହୋଇଥିଲେ।
10ଏହେତୁ ଆସାଙ୍କ ରାଜତ୍ଵର ପନ୍ଦର ବର୍ଷର ତୃତୀୟ ମାସରେ ଲୋକମାନେ ଯିରୂଶାଲମରେ ଏକତ୍ରିତ ହେଲେ।
11ଆଉ, ସେହି ଦିନ ସେମାନେ ଆପଣାମାନଙ୍କର ଆନୀତ ଲୁଟଦ୍ରବ୍ୟ ମଧ୍ୟରୁ ସାତ ଶହ ଗୋରୁ ଓ ସାତ ହଜାର ମେଷ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ
12ପୁଣି ସେମାନେ ଆପଣା ଆପଣା ସର୍ବାନ୍ତଃକରଣ ଓ ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କର ଅନ୍ୱେଷଣ କରିବାକୁ,
13ଆଉ ସାନ କି ବଡ଼, ପୁରୁଷ କି ସ୍ତ୍ରୀ, ଯେକେହି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଅନ୍ୱେଷଣ ନ କରିବ, ତାହାର ପ୍ରାଣଦଣ୍ଡ ହେବ ବୋଲି ନିୟମ କଲେ।