14ଆହୁରି ସେମାନେ ଉଚ୍ଚସ୍ୱରରେ ଜୟଧ୍ୱନି କରି ତୂରୀ ଓ ଶୃଙ୍ଗ ବଜାଇ ସଦାପ୍ରଭୁଙ୍କ ନିକଟରେ ଶପଥ କଲେ।
15ତହିଁରେ ସମଗ୍ର ଯିହୁଦା ସେହି ଶପଥରେ ଆନନ୍ଦ କଲେ; କାରଣ ସେମାନେ ଆପଣା ଆପଣାର ସମସ୍ତ ଅନ୍ତଃକରଣ ସହିତ ଶପଥ କରିଥିଲେ ଓ ଆପଣା ଆପଣାର ସମ୍ପୂର୍ଣ୍ଣ ଇଚ୍ଛାରେ ତାହାଙ୍କର ଅନ୍ୱେଷଣ କଲେ, ଏଣୁ ସେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇଲେ; ପୁଣି ସଦାପ୍ରଭୁ ସେମାନଙ୍କୁ ଚତୁର୍ଦ୍ଦିଗରେ ବିଶ୍ରାମ ଦେଲେ।
16ମଧ୍ୟ ଆସା ରାଜାଙ୍କର ମାତାମହୀ ମାଖା ଆଶେରା ଦେବୀ ରୂପେ ଏକ ଘୃଣାଯୋଗ୍ୟ ପ୍ରତିମା ନିର୍ମାଣ କରିଥିବାରୁ ସେ ତାହାକୁ ରାଣୀପଦରୁ ଚ୍ୟୁତ କଲେ ଓ ଆସା ତାହାର ସେହି ପ୍ରତିମା ଛେଦନ କରି ଚୂର୍ଣ୍ଣ କଲେ ଓ କିଦ୍ରୋଣ ନଦୀ ନିକଟରେ ତାହା ପୋଡ଼ି ପକାଇଲେ।
17ମାତ୍ର ଉଚ୍ଚସ୍ଥଳୀସକଳ ଇସ୍ରାଏଲ ମଧ୍ୟରୁ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଯାବଜ୍ଜୀବନ ତାଙ୍କର ଅନ୍ତଃକରଣ ସିଦ୍ଧ ଥିଲା।
18ଆଉ ସେ ଆପଣା ପିତାଙ୍କର ପ୍ରତିଷ୍ଠିତ ବସ୍ତୁସବୁ ଓ ନିଜର ପ୍ରତିଷ୍ଠିତ ରୂପା ଓ ସୁନା ଓ ପାତ୍ରସବୁ ପରମେଶ୍ୱରଙ୍କ ଗୃହକୁ ଆଣିଲେ।