2ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ୍, ତୁମ୍ଭେମାନେ ମୋʼ କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବାଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।
3ଇସ୍ରାଏଲ ବହୁ କାଳ ପର୍ଯ୍ୟନ୍ତ ସତ୍ୟ ପରମେଶ୍ୱର-ବିହୀନ ଓ ଶିକ୍ଷାଦାୟୀ-ଯାଜକବିହୀନ ଓ ବ୍ୟବସ୍ଥାବିହୀନ ହୋଇଥିଲେ।
4ମାତ୍ର ସେମାନେ ଆପଣାମାନଙ୍କ ଦୁର୍ଦ୍ଦଶା ସମୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରି ତାହାଙ୍କର ଅନ୍ୱେଷଣ କରନ୍ତେ, ତାହାଙ୍କର ଉଦ୍ଦେଶ୍ୟ ପାଇଲେ।
5ସେହି ସମୟରେ ବାହାରେ ଯିବା ଓ ଭିତରେ ଆସିବା ଲୋକର କିଛି ଶାନ୍ତି ନ ଥିଲା, ମାତ୍ର ଦେଶର ନିବାସୀ ସମସ୍ତେ ମହାତ୍ରାସଯୁକ୍ତ ଥିଲେ।
6ପୁଣି ସେମାନେ ଗୋଷ୍ଠୀ ବିରୁଦ୍ଧରେ ଗୋଷ୍ଠୀ ଓ ନଗର ବିରୁଦ୍ଧରେ ନଗର ଭିନ୍ନ ହୋଇଥିଲେ; କାରଣ ପରମେଶ୍ୱର ସର୍ବପ୍ରକାର ସଙ୍କଟ ଦ୍ୱାରା ସେମାନଙ୍କୁ ତ୍ରାସଯୁକ୍ତ କରିଥିଲେ।