4ମାତ୍ର ସେମାନେ ଆପଣାମାନଙ୍କ ଦୁର୍ଦ୍ଦଶା ସମୟରେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରତି ଫେରି ତାହାଙ୍କର ଅନ୍ୱେଷଣ କରନ୍ତେ, ତାହାଙ୍କର ଉଦ୍ଦେଶ୍ୟ ପାଇଲେ।
5ସେହି ସମୟରେ ବାହାରେ ଯିବା ଓ ଭିତରେ ଆସିବା ଲୋକର କିଛି ଶାନ୍ତି ନ ଥିଲା, ମାତ୍ର ଦେଶର ନିବାସୀ ସମସ୍ତେ ମହାତ୍ରାସଯୁକ୍ତ ଥିଲେ।
6ପୁଣି ସେମାନେ ଗୋଷ୍ଠୀ ବିରୁଦ୍ଧରେ ଗୋଷ୍ଠୀ ଓ ନଗର ବିରୁଦ୍ଧରେ ନଗର ଭିନ୍ନ ହୋଇଥିଲେ; କାରଣ ପରମେଶ୍ୱର ସର୍ବପ୍ରକାର ସଙ୍କଟ ଦ୍ୱାରା ସେମାନଙ୍କୁ ତ୍ରାସଯୁକ୍ତ କରିଥିଲେ।
7ମାତ୍ର ତୁମ୍ଭେମାନେ ବଳବାନ ହୁଅ ଓ ଆପଣାମାନଙ୍କ ହସ୍ତ ଶିଥିଳ ହେବାକୁ ନ ଦିଅ; କାରଣ ତୁମ୍ଭମାନଙ୍କ କର୍ମ ପୁରସ୍କୃତ ହେବ।”
8ଏଥିରେ ଆସା ଏହିସବୁ କଥା ଓ ଓଦେଦ୍ ଭବିଷ୍ୟଦ୍ବକ୍ତାର ଭବିଷ୍ୟତ ବାକ୍ୟ ଶୁଣନ୍ତେ, ସାହସ ପାଇଲେ, ପୁଣି ଯିହୁଦା ଓ ବିନ୍ୟାମୀନ୍ର ସମୁଦାୟ ଦେଶରୁ ଓ ଇଫ୍ରୟିମର ପର୍ବତମୟ ଦେଶରେ ହସ୍ତଗତ କରିଥିବା ନଗରସବୁରୁ ଘୃଣାଯୋଗ୍ୟ ବସ୍ତୁସବୁ ଦୂର କଲେ; ଆଉ ସଦାପ୍ରଭୁଙ୍କ ବାରଣ୍ଡା ସମ୍ମୁଖସ୍ଥ ସଦାପ୍ରଭୁଙ୍କ ଯଜ୍ଞବେଦି ପୁନର୍ବାର ସଜାଡ଼ିଲେ।