ଦ୍ବିତୀୟ ବଂଶାବଳୀ 16

ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକୁ ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା, ଆସାଙ୍କ ରାଜତ୍ଵର ଛତିଶ ବର୍ଷରେ ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ।

2 Chronicles 16:1 (UKJV) In the six and thirtieth year of the reign of Asa Baasha king of Israel came up against Judah, and built Ramah, to the intent that he might let none go out or come in to Asa king of Judah.

1ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକୁ ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା, ଆସାଙ୍କ ରାଜତ୍ଵର ଛତିଶ ବର୍ଷରେ ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ।

2ତହିଁରେ ଆସା ସଦାପ୍ରଭୁଙ୍କର ଗୃହ ଓ ରାଜଗୃହର ଭଣ୍ଡାରରୁ ରୂପା ଓ ସୁନା ଆଣି ଦମ୍ମେଶକ ନିବାସୀ ଅରାମୀୟ ରାଜା ବିନ୍‍ହଦଦ୍‍ ନିକଟକୁ ପଠାଇ ଏହି କଥା କହିଲେ,

3“ମୋʼ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ଯେପରି ନିୟମ ଥିଲା, ସେହିପରି ତୁମ୍ଭ ମୋʼ ମଧ୍ୟରେ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନା ପଠାଇଅଛି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗିଦିଅ, ତହିଁରେ ସେ ମୋʼ ନିକଟରୁ ପ୍ରସ୍ଥାନ କରିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.