8କୂଶୀୟ ଓ ଲୂବୀୟମାନେ ଅପାର ଅପାର ରଥ ଓ ଅଶ୍ୱାରୂଢ଼ ସହିତ କି ଏକ ମହାସୈନ୍ୟ ନ ଥିଲେ? ତଥାପି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବାରୁ ସେ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।
9କାରଣ ସଦାପ୍ରଭୁଙ୍କ ପ୍ରତି ଯେଉଁମାନଙ୍କର ଅନ୍ତଃକରଣ ସିଦ୍ଧ ଥାଏ, ସେମାନଙ୍କ ସପକ୍ଷରେ ଆପଣାକୁ ବଳବାନ ଦେଖାଇବା ପାଇଁ ତାହାଙ୍କର ଚକ୍ଷୁ ପୃଥିବୀର ସର୍ବତ୍ର ଏଣେତେଣେ ଦୌଡ଼ଇ। ଏ ବିଷୟରେ ତୁମ୍ଭେ ଅଜ୍ଞାନର କାର୍ଯ୍ୟ କରିଅଛ; ଏଣୁ ଏହି ସମୟଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।”
10ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ୱିତ ହୋଇଥିଲେ। ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଅତ୍ୟାଚାର କଲେ।
11ଦେଖ, ଏହି ଆସାଙ୍କର ଆଦ୍ୟନ୍ତ କ୍ରିୟାର ବୃତ୍ତାନ୍ତ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖାଅଛି।
12ଆସା ଆପଣା ରାଜତ୍ଵର ଅଣଚାଳିଶ ବର୍ଷରେ ପାଦରୋଗଗ୍ରସ୍ତ ହେଲେ; ତାଙ୍କର ରୋଗ ଅତିଶୟ ହୋଇଥିଲା; ତଥାପି ରୋଗ ସମୟରେ ସେ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ ନାହିଁ, ମାତ୍ର ବୈଦ୍ୟମାନଙ୍କର ଅନ୍ୱେଷଣ କଲେ।