ଦ୍ବିତୀୟ ବଂଶାବଳୀ 16

ଆସା ଆପଣା ରାଜତ୍ଵର ଅଣଚାଳିଶ ବର୍ଷରେ ପାଦରୋଗଗ୍ରସ୍ତ ହେଲେ; ତାଙ୍କର ରୋଗ ଅତିଶୟ ହୋଇଥିଲା; ତଥାପି ରୋଗ ସମୟରେ ସେ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ ନାହିଁ, ମାତ୍ର ବୈଦ୍ୟମାନଙ୍କର ଅନ୍ୱେଷଣ କଲେ।

2 Chronicles 16:12 (UKJV) And Asa in the thirty and ninth year of his reign was diseased in his feet, until his disease was exceeding great: yet in his disease he sought not to the LORD, but to the physicians.

10ସେତେବେଳେ ଆସା ସେହି ଦର୍ଶକ ପ୍ରତି କ୍ରୁଦ୍ଧ ହୋଇ ତାହାକୁ କାରାଗାରରେ ରଖିଲେ; କାରଣ ଏହି କଥା ସକାଶୁ ସେ ତାହା ଉପରେ କୋପାନ୍ୱିତ ହୋଇଥିଲେ। ଆଉ, ସେହି ସମୟରେ ଆସା କେତେକ ଲୋକ ପ୍ରତି ଅତ୍ୟାଚାର କଲେ।

11ଦେଖ, ଏହି ଆସାଙ୍କର ଆଦ୍ୟନ୍ତ କ୍ରିୟାର ବୃତ୍ତାନ୍ତ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖାଅଛି।

12ଆସା ଆପଣା ରାଜତ୍ଵର ଅଣଚାଳିଶ ବର୍ଷରେ ପାଦରୋଗଗ୍ରସ୍ତ ହେଲେ; ତାଙ୍କର ରୋଗ ଅତିଶୟ ହୋଇଥିଲା; ତଥାପି ରୋଗ ସମୟରେ ସେ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ ନାହିଁ, ମାତ୍ର ବୈଦ୍ୟମାନଙ୍କର ଅନ୍ୱେଷଣ କଲେ।

13ଆଉ ଆସା ଆପଣା ରାଜତ୍ଵର ଏକଚାଳିଶ ବର୍ଷରେ ପ୍ରାଣତ୍ୟାଗ କରି ଆପଣା ପିତୃଗଣ ସହିତ କବରପ୍ରାପ୍ତ ହେଲେ।

14ଆଉ ସେ ଦାଉଦ-ନଗରରେ ଆପଣା ପାଇଁ ଯେଉଁ କବର ଖୋଳିଥିଲେ, ତାଙ୍କର ସେହି କବରରେ ଲୋକମାନେ ତାଙ୍କୁ କବର ଦେଲେ ଓ ଗନ୍ଧବଣିକର ପ୍ରକ୍ରିୟାରେ ପ୍ରସ୍ତୁତ ନାନା ପ୍ରକାର ସୁଗନ୍ଧି ଦ୍ରବ୍ୟରେ ପୂର୍ଣ୍ଣ ଶଯ୍ୟାରେ ତାଙ୍କୁ ଶୁଆଇଲେ ଓ ତାଙ୍କ ନିମନ୍ତେ ସେମାନେ ଅତି ବଡ଼ ଦାହ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.