ଦ୍ବିତୀୟ ବଂଶାବଳୀ 16

ତହିଁରେ ଆସା ସଦାପ୍ରଭୁଙ୍କର ଗୃହ ଓ ରାଜଗୃହର ଭଣ୍ଡାରରୁ ରୂପା ଓ ସୁନା ଆଣି ଦମ୍ମେଶକ ନିବାସୀ ଅରାମୀୟ ରାଜା ବିନ୍‍ହଦଦ୍‍ ନିକଟକୁ ପଠାଇ ଏହି କଥା କହିଲେ,

2 Chronicles 16:2 (UKJV) Then Asa brought out silver and gold out of the treasures of the house of the LORD and of the king's house, and sent to Benhadad king of Syria, that dwelt at Damascus, saying,

1ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକୁ ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା, ଆସାଙ୍କ ରାଜତ୍ଵର ଛତିଶ ବର୍ଷରେ ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ।

2ତହିଁରେ ଆସା ସଦାପ୍ରଭୁଙ୍କର ଗୃହ ଓ ରାଜଗୃହର ଭଣ୍ଡାରରୁ ରୂପା ଓ ସୁନା ଆଣି ଦମ୍ମେଶକ ନିବାସୀ ଅରାମୀୟ ରାଜା ବିନ୍‍ହଦଦ୍‍ ନିକଟକୁ ପଠାଇ ଏହି କଥା କହିଲେ,

3“ମୋʼ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ଯେପରି ନିୟମ ଥିଲା, ସେହିପରି ତୁମ୍ଭ ମୋʼ ମଧ୍ୟରେ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନା ପଠାଇଅଛି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗିଦିଅ, ତହିଁରେ ସେ ମୋʼ ନିକଟରୁ ପ୍ରସ୍ଥାନ କରିବ।”

4ଏଥିରେ ବିନ୍‍ହଦଦ୍‍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲ ନଗର ବିରୁଦ୍ଧରେ ପଠାଇଲା; ତହୁଁ ସେମାନେ ଇୟୋନ୍‍ ଓ ଦାନ୍ ଓ ଆବେଲ୍‍-ମୟିମ୍‍ ଓ ନପ୍ତାଲିରେ ସମସ୍ତ ଭଣ୍ଡାର ନଗର ପରାସ୍ତ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.