1ଯିହୁଦାର ରାଜା ଆସାଙ୍କ ନିକଟକୁ କାହାରିକୁ ଯିବା ଆସିବାକୁ ନ ଦେବା ପାଇଁ ଇସ୍ରାଏଲର ରାଜା ବାଶା, ଆସାଙ୍କ ରାଜତ୍ଵର ଛତିଶ ବର୍ଷରେ ଯିହୁଦା ବିରୁଦ୍ଧରେ ଯାତ୍ରା କରି ରାମା ନଗର ଦୃଢ଼ କଲେ।
2ତହିଁରେ ଆସା ସଦାପ୍ରଭୁଙ୍କର ଗୃହ ଓ ରାଜଗୃହର ଭଣ୍ଡାରରୁ ରୂପା ଓ ସୁନା ଆଣି ଦମ୍ମେଶକ ନିବାସୀ ଅରାମୀୟ ରାଜା ବିନ୍ହଦଦ୍ ନିକଟକୁ ପଠାଇ ଏହି କଥା କହିଲେ,
3“ମୋʼ ପିତା ଓ ତୁମ୍ଭ ପିତାଙ୍କ ମଧ୍ୟରେ ଯେପରି ନିୟମ ଥିଲା, ସେହିପରି ତୁମ୍ଭ ମୋʼ ମଧ୍ୟରେ ଅଛି; ଦେଖ, ମୁଁ ତୁମ୍ଭ ନିକଟକୁ ରୂପା ଓ ସୁନା ପଠାଇଅଛି; ଯାଅ, ଇସ୍ରାଏଲର ରାଜା ବାଶା ସଙ୍ଗେ ତୁମ୍ଭର ଯେଉଁ ନିୟମ ଅଛି, ତାହା ଭାଙ୍ଗିଦିଅ, ତହିଁରେ ସେ ମୋʼ ନିକଟରୁ ପ୍ରସ୍ଥାନ କରିବ।”
4ଏଥିରେ ବିନ୍ହଦଦ୍ ଆସା ରାଜାଙ୍କର କଥାରେ ମନୋଯୋଗ କରି ଆପଣା ସେନାପତିମାନଙ୍କୁ ଇସ୍ରାଏଲ ନଗର ବିରୁଦ୍ଧରେ ପଠାଇଲା; ତହୁଁ ସେମାନେ ଇୟୋନ୍ ଓ ଦାନ୍ ଓ ଆବେଲ୍-ମୟିମ୍ ଓ ନପ୍ତାଲିରେ ସମସ୍ତ ଭଣ୍ଡାର ନଗର ପରାସ୍ତ କଲେ।
5ତହିଁରେ ବାଶା ଏହି କଥା ଶୁଣି ରାମା ନଗର ଦୃଢ଼କରଣରୁ କ୍ଷାନ୍ତ ହୋଇ ଆପଣା କାର୍ଯ୍ୟ ସ୍ଥଗିତ ରଖିଲା।