5ତହିଁରେ ବାଶା ଏହି କଥା ଶୁଣି ରାମା ନଗର ଦୃଢ଼କରଣରୁ କ୍ଷାନ୍ତ ହୋଇ ଆପଣା କାର୍ଯ୍ୟ ସ୍ଥଗିତ ରଖିଲା।
6ତେବେ ଆସା ରାଜା ସମଗ୍ର ଯିହୁଦାର ଲୋକଙ୍କୁ ନେଲେ; ପୁଣି ବାଶା ଯେଉଁ ପ୍ରସ୍ତର ଓ କାଷ୍ଠରେ ରାମା ନଗର ନିର୍ମାଣ କରିଥିଲା, ତାହାସବୁ ସେମାନେ ବହି ନେଇଗଲେ; ଆଉ ତଦ୍ଦ୍ୱାରା ସେ ଗେବା ଓ ମିସ୍ପା ନଗର ଦୃଢ଼ କଲେ।
7ସେସମୟରେ ହନାନି ଦର୍ଶକ ଯିହୁଦାର ରାଜା ଆସାଙ୍କ ନିକଟକୁ ଆସି କହିଲା, “ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର ନ କରି ଅରାମୀୟ ରାଜା ଉପରେ ନିର୍ଭର କଲ, ଏହେତୁ ଅରାମୀୟ ରାଜ୍ୟର ସୈନ୍ୟ ତୁମ୍ଭ ହସ୍ତରୁ ବଞ୍ଚିଗଲେ।
8କୂଶୀୟ ଓ ଲୂବୀୟମାନେ ଅପାର ଅପାର ରଥ ଓ ଅଶ୍ୱାରୂଢ଼ ସହିତ କି ଏକ ମହାସୈନ୍ୟ ନ ଥିଲେ? ତଥାପି ତୁମ୍ଭେ ସଦାପ୍ରଭୁଙ୍କ ଉପରେ ନିର୍ଭର କରିବାରୁ ସେ ତୁମ୍ଭ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।
9କାରଣ ସଦାପ୍ରଭୁଙ୍କ ପ୍ରତି ଯେଉଁମାନଙ୍କର ଅନ୍ତଃକରଣ ସିଦ୍ଧ ଥାଏ, ସେମାନଙ୍କ ସପକ୍ଷରେ ଆପଣାକୁ ବଳବାନ ଦେଖାଇବା ପାଇଁ ତାହାଙ୍କର ଚକ୍ଷୁ ପୃଥିବୀର ସର୍ବତ୍ର ଏଣେତେଣେ ଦୌଡ଼ଇ। ଏ ବିଷୟରେ ତୁମ୍ଭେ ଅଜ୍ଞାନର କାର୍ଯ୍ୟ କରିଅଛ; ଏଣୁ ଏହି ସମୟଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।”