ଦ୍ବିତୀୟ ବଂଶାବଳୀ 17

ପୁଣି, କେତେକ ପଲେଷ୍ଟୀୟ ଲୋକ ଯିହୋଶାଫଟ୍‍ଙ୍କ ନିକଟକୁ ଦର୍ଶନୀ ଓ କର ନିମନ୍ତେ ରୂପା ଆଣିଲେ; ଆରବୀୟମାନେ ମଧ୍ୟ ତାଙ୍କ ନିକଟକୁ ପଲ ପଲ କରି ସାତ ହଜାର ସାତ ଶହ ମେଷ ଓ ସାତ ହଜାର ସାତ ଶହ ଛାଗ ଆଣିଲେ।

2 Chronicles 17:11 (UKJV) Also some of the Philistines brought Jehoshaphat presents, and tribute silver; and the Arabians brought him flocks, seven thousand and seven hundred rams, and seven thousand and seven hundred he goats.

9ତହିଁରେ ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ସଙ୍ଗରେ ନେଇ ଯିହୁଦା ଦେଶରେ ଶିକ୍ଷା ଦେଲେ; ଆଉ, ସେମାନେ ଯିହୁଦାର ସକଳ ନଗରରେ ଭ୍ରମଣ କରି ଲୋକମାନଙ୍କ ମଧ୍ୟରେ ଶିକ୍ଷା ଦେଲେ।

10ତହୁଁ ଯିହୁଦାର ଚତୁର୍ଦ୍ଦିଗସ୍ଥ ଦେଶର ସକଳ ରାଜ୍ୟରେ ସଦାପ୍ରଭୁଙ୍କ ଆଡ଼ୁ ଭୟ ଉପସ୍ଥିତ ହେଲା, ଏଣୁ ସେମାନେ ଯିହୋଶାଫଟ୍‍ଙ୍କ ପ୍ରତିକୂଳରେ ଯୁଦ୍ଧ କଲେ ନାହିଁ।

11ପୁଣି, କେତେକ ପଲେଷ୍ଟୀୟ ଲୋକ ଯିହୋଶାଫଟ୍‍ଙ୍କ ନିକଟକୁ ଦର୍ଶନୀ ଓ କର ନିମନ୍ତେ ରୂପା ଆଣିଲେ; ଆରବୀୟମାନେ ମଧ୍ୟ ତାଙ୍କ ନିକଟକୁ ପଲ ପଲ କରି ସାତ ହଜାର ସାତ ଶହ ମେଷ ଓ ସାତ ହଜାର ସାତ ଶହ ଛାଗ ଆଣିଲେ।

12ତହିଁରେ ଯିହୋଶାଫଟ୍‍ ବେଳକୁ ବେଳ ଅତି ମହାନ ହୋଇ ଉଠିଲେ ଓ ସେ ଯିହୁଦା ଦେଶରେ ଦୁର୍ଗ ଓ ଭଣ୍ଡାର-ନଗରମାନ ନିର୍ମାଣ କଲେ।

13ଆଉ, ଯିହୁଦାର ସବୁ ନଗରରେ ତାଙ୍କର ଅନେକ କର୍ମ ଥିଲା ଓ ଯିରୂଶାଲମରେ ଯୋଦ୍ଧା, ମହାବିକ୍ରମଶାଳୀ ଲୋକ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.