ଦ୍ବିତୀୟ ବଂଶାବଳୀ 17

ତହିଁରେ ଯିହୋଶାଫଟ୍‍ ବେଳକୁ ବେଳ ଅତି ମହାନ ହୋଇ ଉଠିଲେ ଓ ସେ ଯିହୁଦା ଦେଶରେ ଦୁର୍ଗ ଓ ଭଣ୍ଡାର-ନଗରମାନ ନିର୍ମାଣ କଲେ।

2 Chronicles 17:12 (UKJV) And Jehoshaphat waxed great exceedingly; and he built in Judah castles, and cities of store.

10ତହୁଁ ଯିହୁଦାର ଚତୁର୍ଦ୍ଦିଗସ୍ଥ ଦେଶର ସକଳ ରାଜ୍ୟରେ ସଦାପ୍ରଭୁଙ୍କ ଆଡ଼ୁ ଭୟ ଉପସ୍ଥିତ ହେଲା, ଏଣୁ ସେମାନେ ଯିହୋଶାଫଟ୍‍ଙ୍କ ପ୍ରତିକୂଳରେ ଯୁଦ୍ଧ କଲେ ନାହିଁ।

11ପୁଣି, କେତେକ ପଲେଷ୍ଟୀୟ ଲୋକ ଯିହୋଶାଫଟ୍‍ଙ୍କ ନିକଟକୁ ଦର୍ଶନୀ ଓ କର ନିମନ୍ତେ ରୂପା ଆଣିଲେ; ଆରବୀୟମାନେ ମଧ୍ୟ ତାଙ୍କ ନିକଟକୁ ପଲ ପଲ କରି ସାତ ହଜାର ସାତ ଶହ ମେଷ ଓ ସାତ ହଜାର ସାତ ଶହ ଛାଗ ଆଣିଲେ।

12ତହିଁରେ ଯିହୋଶାଫଟ୍‍ ବେଳକୁ ବେଳ ଅତି ମହାନ ହୋଇ ଉଠିଲେ ଓ ସେ ଯିହୁଦା ଦେଶରେ ଦୁର୍ଗ ଓ ଭଣ୍ଡାର-ନଗରମାନ ନିର୍ମାଣ କଲେ।

13ଆଉ, ଯିହୁଦାର ସବୁ ନଗରରେ ତାଙ୍କର ଅନେକ କର୍ମ ଥିଲା ଓ ଯିରୂଶାଲମରେ ଯୋଦ୍ଧା, ମହାବିକ୍ରମଶାଳୀ ଲୋକ ଥିଲେ।

14ଆପଣା ଆପଣା ପିତୃବଂଶାନୁସାରେ ସେମାନଙ୍କର ସଂଖ୍ୟା ଏହି; ଯିହୁଦାର ସହସ୍ରପତିମାନଙ୍କ ମଧ୍ୟରେ ଅଦ୍ନହ ସେନାପତି ଥିଲା ଓ ତାହା ସଙ୍ଗରେ ତିନି ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.