ଦ୍ବିତୀୟ ବଂଶାବଳୀ 17

ଆଉ, ଯିହୁଦାର ସବୁ ନଗରରେ ତାଙ୍କର ଅନେକ କର୍ମ ଥିଲା ଓ ଯିରୂଶାଲମରେ ଯୋଦ୍ଧା, ମହାବିକ୍ରମଶାଳୀ ଲୋକ ଥିଲେ।

2 Chronicles 17:13 (UKJV) And he had much business in the cities of Judah: and the men of war, mighty men of valour, were in Jerusalem.

11ପୁଣି, କେତେକ ପଲେଷ୍ଟୀୟ ଲୋକ ଯିହୋଶାଫଟ୍‍ଙ୍କ ନିକଟକୁ ଦର୍ଶନୀ ଓ କର ନିମନ୍ତେ ରୂପା ଆଣିଲେ; ଆରବୀୟମାନେ ମଧ୍ୟ ତାଙ୍କ ନିକଟକୁ ପଲ ପଲ କରି ସାତ ହଜାର ସାତ ଶହ ମେଷ ଓ ସାତ ହଜାର ସାତ ଶହ ଛାଗ ଆଣିଲେ।

12ତହିଁରେ ଯିହୋଶାଫଟ୍‍ ବେଳକୁ ବେଳ ଅତି ମହାନ ହୋଇ ଉଠିଲେ ଓ ସେ ଯିହୁଦା ଦେଶରେ ଦୁର୍ଗ ଓ ଭଣ୍ଡାର-ନଗରମାନ ନିର୍ମାଣ କଲେ।

13ଆଉ, ଯିହୁଦାର ସବୁ ନଗରରେ ତାଙ୍କର ଅନେକ କର୍ମ ଥିଲା ଓ ଯିରୂଶାଲମରେ ଯୋଦ୍ଧା, ମହାବିକ୍ରମଶାଳୀ ଲୋକ ଥିଲେ।

14ଆପଣା ଆପଣା ପିତୃବଂଶାନୁସାରେ ସେମାନଙ୍କର ସଂଖ୍ୟା ଏହି; ଯିହୁଦାର ସହସ୍ରପତିମାନଙ୍କ ମଧ୍ୟରେ ଅଦ୍ନହ ସେନାପତି ଥିଲା ଓ ତାହା ସଙ୍ଗରେ ତିନି ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ।

15ତାହା ଉତ୍ତାରେ ଯିହୋହାନନ୍‍ ସେନାପତି ଥିଲା, ତାହା ସଙ୍ଗରେ ଦୁଇ ଲକ୍ଷ ଅଶୀ ହଜାର ଲୋକ ଥିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.