14ଆପଣା ଆପଣା ପିତୃବଂଶାନୁସାରେ ସେମାନଙ୍କର ସଂଖ୍ୟା ଏହି; ଯିହୁଦାର ସହସ୍ରପତିମାନଙ୍କ ମଧ୍ୟରେ ଅଦ୍ନହ ସେନାପତି ଥିଲା ଓ ତାହା ସଙ୍ଗରେ ତିନି ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ।
15ତାହା ଉତ୍ତାରେ ଯିହୋହାନନ୍ ସେନାପତି ଥିଲା, ତାହା ସଙ୍ଗରେ ଦୁଇ ଲକ୍ଷ ଅଶୀ ହଜାର ଲୋକ ଥିଲେ।
16ପୁଣି, ତାହା ଉତ୍ତାରେ ସିଖ୍ରିର ପୁତ୍ର ଅମସୀୟ, ସେ ସ୍ୱେଚ୍ଛାରେ ଆପଣାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ କରିଥିଲା; ତାହା ସଙ୍ଗରେ ଦୁଇ ଲକ୍ଷ ମହାବିକ୍ରମଶାଳୀ ଲୋକ ଥିଲେ;
17ପୁଣି, ବିନ୍ୟାମୀନ୍ ମଧ୍ୟରୁ ଇଲୀୟାଦା, ସେ ମହାବିକ୍ରମଶାଳୀ ଲୋକ ଥିଲା ଓ ତାହା ସଙ୍ଗରେ ଦୁଇ ଲକ୍ଷ ଧନୁର୍ଦ୍ଧାରୀ ଓ ଢାଲଧାରୀ ଲୋକ ଥିଲେ;
18ଆଉ ତାହା ଉତ୍ତାରେ ଯିହୋଷାବଦ୍ ଓ ତାହା ସଙ୍ଗରେ ଯୁଦ୍ଧାର୍ଥେ ପ୍ରସ୍ତୁତ ଏକ ଲକ୍ଷ ଅଶୀ ହଜାର ଲୋକ ଥିଲେ।