ଦ୍ବିତୀୟ ବଂଶାବଳୀ 17

ଆଉ, ଯିହୋଶାଫଟ୍‍ ଆପଣା ପୂର୍ବପୁରୁଷ ଦାଉଦଙ୍କର ପ୍ରଥମ ଆଚରଣରୂପ ପଥରେ ଗମନ କରି ବାଲ୍‍ ଦେବଗଣର ଅନ୍ୱେଷଣ ନ କରିବାରୁ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ;

2 Chronicles 17:3 (UKJV) And the LORD was with Jehoshaphat, because he walked in the first ways of his father David, and sought not unto Baalim;

1ଏଥିଉତ୍ତାରେ ତାଙ୍କର ପୁତ୍ର ଯିହୋଶାଫଟ୍‍ ତାଙ୍କର ପଦରେ ରାଜ୍ୟ କରି ଇସ୍ରାଏଲ ବିରୁଦ୍ଧରେ ଆପଣାକୁ ବଳବାନ କଲେ।

2ପୁଣି ସେ ଯିହୁଦାର ସକଳ ପ୍ରାଚୀର-ବେଷ୍ଟିତ ନଗରରେ ସୈନ୍ୟ ରଖିଲେ, ଆଉ ଯିହୁଦା ଦେଶରେ ଓ ତାଙ୍କର ପିତା ଆସାଙ୍କର ହସ୍ତଗତ ଇଫ୍ରୟିମର ସକଳ ନଗରରେ ପ୍ରହରୀ-ଦଳ ସ୍ଥାପନ କଲେ।

3ଆଉ, ଯିହୋଶାଫଟ୍‍ ଆପଣା ପୂର୍ବପୁରୁଷ ଦାଉଦଙ୍କର ପ୍ରଥମ ଆଚରଣରୂପ ପଥରେ ଗମନ କରି ବାଲ୍‍ ଦେବଗଣର ଅନ୍ୱେଷଣ ନ କରିବାରୁ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ;

4ପୁଣି, ସେ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ତାହାଙ୍କ ଆଜ୍ଞାଗୁଡ଼ିକୁ ପାଳନ କଲେ, ଓ ଇସ୍ରାଏଲର କର୍ମାନୁଯାୟୀ କଲେ ନାହିଁ।

5ଏହେତୁ ସଦାପ୍ରଭୁ ତାଙ୍କର ହସ୍ତରେ ରାଜ୍ୟ ଦୃଢ଼ କଲେ ଓ ସମଗ୍ର ଯିହୁଦା ଯିହୋଶାଫଟ୍‍ଙ୍କ ନିକଟକୁ ଦର୍ଶନୀ ଆଣିଲେ; ତହିଁରେ ସେ ଅତିଶୟ ଧନ ଓ ସମ୍ଭ୍ରମ ପାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.