2ପୁଣି ସେ ଯିହୁଦାର ସକଳ ପ୍ରାଚୀର-ବେଷ୍ଟିତ ନଗରରେ ସୈନ୍ୟ ରଖିଲେ, ଆଉ ଯିହୁଦା ଦେଶରେ ଓ ତାଙ୍କର ପିତା ଆସାଙ୍କର ହସ୍ତଗତ ଇଫ୍ରୟିମର ସକଳ ନଗରରେ ପ୍ରହରୀ-ଦଳ ସ୍ଥାପନ କଲେ।
3ଆଉ, ଯିହୋଶାଫଟ୍ ଆପଣା ପୂର୍ବପୁରୁଷ ଦାଉଦଙ୍କର ପ୍ରଥମ ଆଚରଣରୂପ ପଥରେ ଗମନ କରି ବାଲ୍ ଦେବଗଣର ଅନ୍ୱେଷଣ ନ କରିବାରୁ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ;
4ପୁଣି, ସେ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ତାହାଙ୍କ ଆଜ୍ଞାଗୁଡ଼ିକୁ ପାଳନ କଲେ, ଓ ଇସ୍ରାଏଲର କର୍ମାନୁଯାୟୀ କଲେ ନାହିଁ।
5ଏହେତୁ ସଦାପ୍ରଭୁ ତାଙ୍କର ହସ୍ତରେ ରାଜ୍ୟ ଦୃଢ଼ କଲେ ଓ ସମଗ୍ର ଯିହୁଦା ଯିହୋଶାଫଟ୍ଙ୍କ ନିକଟକୁ ଦର୍ଶନୀ ଆଣିଲେ; ତହିଁରେ ସେ ଅତିଶୟ ଧନ ଓ ସମ୍ଭ୍ରମ ପାଇଲେ।
6ପୁଣି, ତାଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କ ପଥରେ ଉନ୍ନତ ହେଲା; ଆହୁରି ସେ ଯିହୁଦା ମଧ୍ୟରୁ ଉଚ୍ଚସ୍ଥଳୀ ଓ ଆଶେରା ମୂର୍ତ୍ତିସବୁ ଦୂର କଲେ।