ଦ୍ବିତୀୟ ବଂଶାବଳୀ 17

ଏହେତୁ ସଦାପ୍ରଭୁ ତାଙ୍କର ହସ୍ତରେ ରାଜ୍ୟ ଦୃଢ଼ କଲେ ଓ ସମଗ୍ର ଯିହୁଦା ଯିହୋଶାଫଟ୍‍ଙ୍କ ନିକଟକୁ ଦର୍ଶନୀ ଆଣିଲେ; ତହିଁରେ ସେ ଅତିଶୟ ଧନ ଓ ସମ୍ଭ୍ରମ ପାଇଲେ।

2 Chronicles 17:5 (UKJV) Therefore the LORD established the kingdom in his hand; and all Judah brought to Jehoshaphat presents; and he had riches and honour in abundance.

3ଆଉ, ଯିହୋଶାଫଟ୍‍ ଆପଣା ପୂର୍ବପୁରୁଷ ଦାଉଦଙ୍କର ପ୍ରଥମ ଆଚରଣରୂପ ପଥରେ ଗମନ କରି ବାଲ୍‍ ଦେବଗଣର ଅନ୍ୱେଷଣ ନ କରିବାରୁ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ;

4ପୁଣି, ସେ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ତାହାଙ୍କ ଆଜ୍ଞାଗୁଡ଼ିକୁ ପାଳନ କଲେ, ଓ ଇସ୍ରାଏଲର କର୍ମାନୁଯାୟୀ କଲେ ନାହିଁ।

5ଏହେତୁ ସଦାପ୍ରଭୁ ତାଙ୍କର ହସ୍ତରେ ରାଜ୍ୟ ଦୃଢ଼ କଲେ ଓ ସମଗ୍ର ଯିହୁଦା ଯିହୋଶାଫଟ୍‍ଙ୍କ ନିକଟକୁ ଦର୍ଶନୀ ଆଣିଲେ; ତହିଁରେ ସେ ଅତିଶୟ ଧନ ଓ ସମ୍ଭ୍ରମ ପାଇଲେ।

6ପୁଣି, ତାଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କ ପଥରେ ଉନ୍ନତ ହେଲା; ଆହୁରି ସେ ଯିହୁଦା ମଧ୍ୟରୁ ଉଚ୍ଚସ୍ଥଳୀ ଓ ଆଶେରା ମୂର୍ତ୍ତିସବୁ ଦୂର କଲେ।

7ମଧ୍ୟ ସେ ଆପଣା ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ନଗରସବୁରେ ଶିକ୍ଷା ଦେବା ପାଇଁ ଆପଣା ଅଧିପତିମାନଙ୍କୁ, ଅର୍ଥାତ୍‍, ବିନ୍‍ହୟିଲ, ଓବଦୀୟ, ଜିଖରୀୟ, ନଥନେଲ ଓ ମୀଖାୟକୁ ପଠାଇଲେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.