4ପୁଣି, ସେ ଆପଣା ପୈତୃକ ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ତାହାଙ୍କ ଆଜ୍ଞାଗୁଡ଼ିକୁ ପାଳନ କଲେ, ଓ ଇସ୍ରାଏଲର କର୍ମାନୁଯାୟୀ କଲେ ନାହିଁ।
5ଏହେତୁ ସଦାପ୍ରଭୁ ତାଙ୍କର ହସ୍ତରେ ରାଜ୍ୟ ଦୃଢ଼ କଲେ ଓ ସମଗ୍ର ଯିହୁଦା ଯିହୋଶାଫଟ୍ଙ୍କ ନିକଟକୁ ଦର୍ଶନୀ ଆଣିଲେ; ତହିଁରେ ସେ ଅତିଶୟ ଧନ ଓ ସମ୍ଭ୍ରମ ପାଇଲେ।
6ପୁଣି, ତାଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କ ପଥରେ ଉନ୍ନତ ହେଲା; ଆହୁରି ସେ ଯିହୁଦା ମଧ୍ୟରୁ ଉଚ୍ଚସ୍ଥଳୀ ଓ ଆଶେରା ମୂର୍ତ୍ତିସବୁ ଦୂର କଲେ।
7ମଧ୍ୟ ସେ ଆପଣା ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ନଗରସବୁରେ ଶିକ୍ଷା ଦେବା ପାଇଁ ଆପଣା ଅଧିପତିମାନଙ୍କୁ, ଅର୍ଥାତ୍, ବିନ୍ହୟିଲ, ଓବଦୀୟ, ଜିଖରୀୟ, ନଥନେଲ ଓ ମୀଖାୟକୁ ପଠାଇଲେ;
8ଆଉ ସେମାନଙ୍କ ସଙ୍ଗେ ଲେବୀୟମାନଙ୍କୁ, ଅର୍ଥାତ୍, ଶମୟୀୟ, ନଥନୀୟ, ସବଦୀୟ, ଅସାହେଲ, ଶମୀରାମୋତ୍, ଯିହୋନାଥନ୍, ଅଦୋନୀୟ, ଟୋବୀୟ ଓ ଟୋବଦୋନୀୟ, ଏହି ଲେବୀୟମାନଙ୍କୁ ଓ ସେମାନଙ୍କ ସଙ୍ଗେ ଇଲୀଶାମା ଓ ଯିହୋରାମ୍ ଯାଜକକୁ ପଠାଇଲେ।