ଦ୍ବିତୀୟ ବଂଶାବଳୀ 17

ମଧ୍ୟ ସେ ଆପଣା ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ନଗରସବୁରେ ଶିକ୍ଷା ଦେବା ପାଇଁ ଆପଣା ଅଧିପତିମାନଙ୍କୁ, ଅର୍ଥାତ୍‍, ବିନ୍‍ହୟିଲ, ଓବଦୀୟ, ଜିଖରୀୟ, ନଥନେଲ ଓ ମୀଖାୟକୁ ପଠାଇଲେ;

2 Chronicles 17:7 (UKJV) Also in the third year of his reign he sent to his princes, even to Benhail, and to Obadiah, and to Zechariah, and to Nethaneel, and to Michaiah, to teach in the cities of Judah.

5ଏହେତୁ ସଦାପ୍ରଭୁ ତାଙ୍କର ହସ୍ତରେ ରାଜ୍ୟ ଦୃଢ଼ କଲେ ଓ ସମଗ୍ର ଯିହୁଦା ଯିହୋଶାଫଟ୍‍ଙ୍କ ନିକଟକୁ ଦର୍ଶନୀ ଆଣିଲେ; ତହିଁରେ ସେ ଅତିଶୟ ଧନ ଓ ସମ୍ଭ୍ରମ ପାଇଲେ।

6ପୁଣି, ତାଙ୍କର ଅନ୍ତଃକରଣ ସଦାପ୍ରଭୁଙ୍କ ପଥରେ ଉନ୍ନତ ହେଲା; ଆହୁରି ସେ ଯିହୁଦା ମଧ୍ୟରୁ ଉଚ୍ଚସ୍ଥଳୀ ଓ ଆଶେରା ମୂର୍ତ୍ତିସବୁ ଦୂର କଲେ।

7ମଧ୍ୟ ସେ ଆପଣା ରାଜତ୍ଵର ତୃତୀୟ ବର୍ଷରେ ଯିହୁଦାର ନଗରସବୁରେ ଶିକ୍ଷା ଦେବା ପାଇଁ ଆପଣା ଅଧିପତିମାନଙ୍କୁ, ଅର୍ଥାତ୍‍, ବିନ୍‍ହୟିଲ, ଓବଦୀୟ, ଜିଖରୀୟ, ନଥନେଲ ଓ ମୀଖାୟକୁ ପଠାଇଲେ;

8ଆଉ ସେମାନଙ୍କ ସଙ୍ଗେ ଲେବୀୟମାନଙ୍କୁ, ଅର୍ଥାତ୍‍, ଶମୟୀୟ, ନଥନୀୟ, ସବଦୀୟ, ଅସାହେଲ, ଶମୀରାମୋତ୍‍, ଯିହୋନାଥନ୍‍, ଅଦୋନୀୟ, ଟୋବୀୟ ଓ ଟୋବଦୋନୀୟ, ଏହି ଲେବୀୟମାନଙ୍କୁ ଓ ସେମାନଙ୍କ ସଙ୍ଗେ ଇଲୀଶାମା ଓ ଯିହୋରାମ୍‍ ଯାଜକକୁ ପଠାଇଲେ।

9ତହିଁରେ ସେମାନେ ସଦାପ୍ରଭୁଙ୍କ ବ୍ୟବସ୍ଥା-ପୁସ୍ତକ ସଙ୍ଗରେ ନେଇ ଯିହୁଦା ଦେଶରେ ଶିକ୍ଷା ଦେଲେ; ଆଉ, ସେମାନେ ଯିହୁଦାର ସକଳ ନଗରରେ ଭ୍ରମଣ କରି ଲୋକମାନଙ୍କ ମଧ୍ୟରେ ଶିକ୍ଷା ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.