1ଏହିରୂପେ ଯିହୋଶାଫଟ୍ ଅତିଶୟ ଧନବାନ ଓ ସମ୍ଭ୍ରାନ୍ତ ହେଲେ; ପୁଣି ସେ ଆହାବଙ୍କ ସଙ୍ଗେ କୁଟୁମ୍ବିତା କଲେ।
2ଆଉ, କେତେକ ବର୍ଷ ଉତ୍ତାରେ ସେ ଶମରୀୟା ଦେଶରେ ଆହାବଙ୍କୁ ଦର୍ଶନ କରିବାକୁ ଗଲେ। ତହିଁରେ ଆହାବ ତାଙ୍କ ନିମନ୍ତେ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ ଅନେକ ମେଷ ଓ ବଳଦ ମାରିଲେ ଓ ଆପଣା ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବା ପାଇଁ ତାଙ୍କୁ ମଣାଇଲେ।
3ଇସ୍ରାଏଲର ରାଜା ଆହାବ ଯିହୁଦାର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ତୁମ୍ଭେ କି ମୋʼ ସଙ୍ଗେ ରାମୋତ୍-ଗିଲୀୟଦକୁ ଯିବ” ତହିଁରେ ସେ ଉତ୍ତର କଲେ, “ମୁଁ ତୁମ୍ଭ ପରି ଓ ମୋର ଲୋକ ତୁମ୍ଭର ଲୋକ ପରି; ଆମ୍ଭେମାନେ ଯୁଦ୍ଧରେ ତୁମ୍ଭର ସଙ୍ଗୀ ହେବୁ।”