ଦ୍ବିତୀୟ ବଂଶାବଳୀ 18

ତହିଁରେ ସବୁ ଭବିଷ୍ୟଦ୍‍ବକ୍ତା ତଦ୍ରୂପ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍‍-ଗିଲୀୟଦକୁ ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜାଙ୍କ ହସ୍ତରେ ସମର୍ପଣ କରିବେ।”

2 Chronicles 18:11 (UKJV) And all the prophets prophesied so, saying, Go up to Ramothgilead, and prosper: for the LORD shall deliver it into the hand of the king.

9ଏଥିମଧ୍ୟରେ ଇସ୍ରାଏଲର ରାଜା ଓ ଯିହୁଦାର ରାଜା ଯିହୋଶାଫଟ୍‍ ଆପଣା ଆପଣା ରାଜବସ୍ତ୍ର ପିନ୍ଧି ଆପଣା ଆପଣା ସିଂହାସନରେ ବସିଥିଲେ, ସେମାନେ ଶମରୀୟାର ଦ୍ୱାର-ପ୍ରବେଶ ସ୍ଥାନ ନିକଟସ୍ଥ ମେଲାରେ ବସିଥିଲେ; ଆଉ ସମସ୍ତ ଭବିଷ୍ୟଦ୍‍ବକ୍ତା ସେମାନଙ୍କ ସମ୍ମୁଖରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରୁଥିଲେ,

10ଆଉ କନାନାର ପୁତ୍ର ସିଦିକୀୟ ଲୌହମୟ ଶୃଙ୍ଗମାନ ନିର୍ମାଣ କରି କହିଲା, “ସଦାପ୍ରଭୁ ଏହି କଥା କହନ୍ତି, ଏତଦ୍ଦ୍ୱାରା ଆପଣ ଅରାମୀୟମାନଙ୍କୁ ସଂହାର କରିବା ପର୍ଯ୍ୟନ୍ତ ଭୁସି ପକାଇବେ।”

11ତହିଁରେ ସବୁ ଭବିଷ୍ୟଦ୍‍ବକ୍ତା ତଦ୍ରୂପ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କହିଲେ, “ରାମୋତ୍‍-ଗିଲୀୟଦକୁ ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; କାରଣ ସଦାପ୍ରଭୁ ତାହା ମହାରାଜାଙ୍କ ହସ୍ତରେ ସମର୍ପଣ କରିବେ।”

12ପୁଣି, ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍‍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭ ବାକ୍ୟ ସେମାନଙ୍କ ବାକ୍ୟ ତୁଲ୍ୟ ହେଉ ଓ ତୁମ୍ଭେ ମଙ୍ଗଳର କଥା କୁହ।”

13ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯାହା ମୋʼ ପରମେଶ୍ୱର କହିବେ, ତାହା ହିଁ ମୁଁ କହିବି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.