ଦ୍ବିତୀୟ ବଂଶାବଳୀ 18

ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି?” ତହୁଁ ସେ କହିଲା, “ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; ସେମାନେ ଆପଣମାନଙ୍କ ହସ୍ତରେ ସମର୍ପିତ ହେବେ।”

2 Chronicles 18:14 (UKJV) And when he was come to the king, the king said unto him, Micaiah, shall we go to Ramothgilead to battle, or shall I forbear? And he said, Go all of you up, and prosper, and they shall be delivered into your hand.

12ପୁଣି, ଯେଉଁ ଦୂତ ମୀଖାୟକୁ ଡାକିବାକୁ ଯାଇଥିଲା, ସେ ତାହାକୁ କହିଲା, “ଦେଖ, ଭବିଷ୍ୟଦ୍‍ବକ୍ତାମାନଙ୍କର ବାକ୍ୟ ଏକ ମୁଖରେ ରାଜାଙ୍କର ମଙ୍ଗଳ ପ୍ରକାଶ କରୁଅଛି; ଏହେତୁ ମୁଁ ବିନୟ କରୁଅଛି, ତୁମ୍ଭ ବାକ୍ୟ ସେମାନଙ୍କ ବାକ୍ୟ ତୁଲ୍ୟ ହେଉ ଓ ତୁମ୍ଭେ ମଙ୍ଗଳର କଥା କୁହ।”

13ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯାହା ମୋʼ ପରମେଶ୍ୱର କହିବେ, ତାହା ହିଁ ମୁଁ କହିବି।”

14ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍‍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି?” ତହୁଁ ସେ କହିଲା, “ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; ସେମାନେ ଆପଣମାନଙ୍କ ହସ୍ତରେ ସମର୍ପିତ ହେବେ।”

15ଏଥିରେ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନା ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି।”

16ତହିଁରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି; ଆଉ ସଦାପ୍ରଭୁ କହିଲେ, ଏମାନଙ୍କର ସ୍ୱାମୀ ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.