13ତହୁଁ ମୀଖାୟ କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଯାହା ମୋʼ ପରମେଶ୍ୱର କହିବେ, ତାହା ହିଁ ମୁଁ କହିବି।”
14ଏଉତ୍ତାରେ ମୀଖାୟ ରାଜାଙ୍କ ନିକଟକୁ ଆସନ୍ତେ, ରାଜା ତାହାକୁ କହିଲେ, “ମୀଖାୟ, ଆମ୍ଭେମାନେ ଯୁଦ୍ଧ କରିବା ପାଇଁ ରାମୋତ୍-ଗିଲୀୟଦକୁ ଯିବା, କିଅବା ମୁଁ କ୍ଷାନ୍ତ ହେବି?” ତହୁଁ ସେ କହିଲା, “ଯାଉନ୍ତୁ ଓ କୃତକାର୍ଯ୍ୟ ହେଉନ୍ତୁ; ସେମାନେ ଆପଣମାନଙ୍କ ହସ୍ତରେ ସମର୍ପିତ ହେବେ।”
15ଏଥିରେ ରାଜା ତାହାକୁ କହିଲେ, “ତୁମ୍ଭେ ସଦାପ୍ରଭୁଙ୍କ ନାମରେ ସତ୍ୟ ବିନା ଆଉ କିଛି ମୋତେ ନ କୁହ ବୋଲି ମୁଁ କେତେ ଥର ତୁମ୍ଭକୁ ଶପଥ କରାଇବି।”
16ତହିଁରେ ସେ କହିଲା, “ମୁଁ ସମଗ୍ର ଇସ୍ରାଏଲକୁ ଅରକ୍ଷକ ମେଷପଲ ତୁଲ୍ୟ ପର୍ବତମାନରେ ଛିନ୍ନଭିନ୍ନ ଦେଖିଲି; ଆଉ ସଦାପ୍ରଭୁ କହିଲେ, ଏମାନଙ୍କର ସ୍ୱାମୀ ନାହିଁ; ଏମାନେ ପ୍ରତ୍ୟେକେ କୁଶଳରେ ଆପଣା ଆପଣା ଗୃହକୁ ଫେରି ଯାଉନ୍ତୁ।”
17ତହୁଁ ଇସ୍ରାଏଲର ରାଜା ଯିହୋଶାଫଟ୍ଙ୍କୁ କହିଲେ, “ଏ ମୋʼ ବିଷୟରେ ଅମଙ୍ଗଳ ବିନା ମଙ୍ଗଳର ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ ନାହିଁ ବୋଲି କି ମୁଁ ତୁମ୍ଭକୁ କହି ନାହିଁ?”