ଦ୍ବିତୀୟ ବଂଶାବଳୀ 18

ଆଉ, କେତେକ ବର୍ଷ ଉତ୍ତାରେ ସେ ଶମରୀୟା ଦେଶରେ ଆହାବଙ୍କୁ ଦର୍ଶନ କରିବାକୁ ଗଲେ। ତହିଁରେ ଆହାବ ତାଙ୍କ ନିମନ୍ତେ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ ଅନେକ ମେଷ ଓ ବଳଦ ମାରିଲେ ଓ ଆପଣା ସଙ୍ଗେ ରାମୋତ୍‍-ଗିଲୀୟଦକୁ ଯିବା ପାଇଁ ତାଙ୍କୁ ମଣାଇଲେ।

2 Chronicles 18:2 (UKJV) And after certain years he went down to Ahab to Samaria. And Ahab killed sheep and oxen for him in abundance, and for the people that he had with him, and persuaded him to go up with him to Ramothgilead.

1ଏହିରୂପେ ଯିହୋଶାଫଟ୍‍ ଅତିଶୟ ଧନବାନ ଓ ସମ୍ଭ୍ରାନ୍ତ ହେଲେ; ପୁଣି ସେ ଆହାବଙ୍କ ସଙ୍ଗେ କୁଟୁମ୍ବିତା କଲେ।

2ଆଉ, କେତେକ ବର୍ଷ ଉତ୍ତାରେ ସେ ଶମରୀୟା ଦେଶରେ ଆହାବଙ୍କୁ ଦର୍ଶନ କରିବାକୁ ଗଲେ। ତହିଁରେ ଆହାବ ତାଙ୍କ ନିମନ୍ତେ ଓ ତାଙ୍କର ସଙ୍ଗୀ ଲୋକମାନଙ୍କ ନିମନ୍ତେ ଅନେକ ମେଷ ଓ ବଳଦ ମାରିଲେ ଓ ଆପଣା ସଙ୍ଗେ ରାମୋତ୍‍-ଗିଲୀୟଦକୁ ଯିବା ପାଇଁ ତାଙ୍କୁ ମଣାଇଲେ।

3ଇସ୍ରାଏଲର ରାଜା ଆହାବ ଯିହୁଦାର ରାଜା ଯିହୋଶାଫଟ୍‍ଙ୍କୁ କହିଲେ, “ତୁମ୍ଭେ କି ମୋʼ ସଙ୍ଗେ ରାମୋତ୍‍-ଗିଲୀୟଦକୁ ଯିବ” ତହିଁରେ ସେ ଉତ୍ତର କଲେ, “ମୁଁ ତୁମ୍ଭ ପରି ଓ ମୋର ଲୋକ ତୁମ୍ଭର ଲୋକ ପରି; ଆମ୍ଭେମାନେ ଯୁଦ୍ଧରେ ତୁମ୍ଭର ସଙ୍ଗୀ ହେବୁ।”

4ଆହୁରି ଯିହୋଶାଫଟ୍‍ ଇସ୍ରାଏଲର ରାଜାଙ୍କୁ କହିଲେ, “ବିନୟ କରୁଅଛି, ଆଜି ସଦାପ୍ରଭୁଙ୍କ ବାକ୍ୟ ପଚାର।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.