18ପୁଣି ମୀଖାୟ କହିଲା, “ଏହେତୁ ସଦାପ୍ରଭୁଙ୍କ ବାକ୍ୟ ଶୁଣ; ମୁଁ ସଦାପ୍ରଭୁଙ୍କୁ ତାହାଙ୍କ ସିଂହାସନରେ ଉପବିଷ୍ଟ ଓ ତାହାଙ୍କ ଦକ୍ଷିଣ ଓ ବାମ ହସ୍ତରେ ସ୍ୱର୍ଗୀୟ ସମୁଦାୟ ସୈନ୍ୟକୁ ଉଭା ହେବାର ଦେଖିଲି।
19ତହିଁରେ ସଦାପ୍ରଭୁ କହିଲେ, ‘ଇସ୍ରାଏଲର ରାଜା ଆହାବ ଯେପରି ରାମୋତ୍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସୁଲାଇବ?’ ତହିଁରେ ଜଣେ ଏପ୍ରକାର ଓ ଅନ୍ୟ ଜଣ ସେପ୍ରକାର କହିଲେ।
20ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, ‘ମୁଁ ତାହାକୁ ଫୁସୁଲାଇବି।’ ତହୁଁ ସଦାପ୍ରଭୁ ତାହାକୁ କହିଲେ, ‘କାହିଁରେ?’
21ସେ କହିଲା, ‘ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି’ ତେବେ ସେ କହିଲେ, ‘ତୁମ୍ଭେ ତାହାକୁ ଫୁସୁଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।’
22ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ପୁଣି ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”