ଦ୍ବିତୀୟ ବଂଶାବଳୀ 18

ସେ କହିଲା, ‘ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି’ ତେବେ ସେ କହିଲେ, ‘ତୁମ୍ଭେ ତାହାକୁ ଫୁସୁଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।’

2 Chronicles 18:21 (UKJV) And he said, I will go out, and be a lying spirit in the mouth of all his prophets. And the Lord said, You shall entice him, and you shall also prevail: go out, and do even so.

19ତହିଁରେ ସଦାପ୍ରଭୁ କହିଲେ, ‘ଇସ୍ରାଏଲର ରାଜା ଆହାବ ଯେପରି ରାମୋତ୍‍-ଗିଲୀୟଦକୁ ଯାଇ ପତିତ ହେବ, ଏଥିପାଇଁ କିଏ ତାହାକୁ ଫୁସୁଲାଇବ?’ ତହିଁରେ ଜଣେ ଏପ୍ରକାର ଓ ଅନ୍ୟ ଜଣ ସେପ୍ରକାର କହିଲେ।

20ତହିଁ ଉତ୍ତାରେ ଏକ ଆତ୍ମା ବାହାରି ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହୋଇ କହିଲା, ‘ମୁଁ ତାହାକୁ ଫୁସୁଲାଇବି।’ ତହୁଁ ସଦାପ୍ରଭୁ ତାହାକୁ କହିଲେ, ‘କାହିଁରେ?’

21ସେ କହିଲା, ‘ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି’ ତେବେ ସେ କହିଲେ, ‘ତୁମ୍ଭେ ତାହାକୁ ଫୁସୁଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।’

22ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ପୁଣି ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”

23ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼ ଠାରୁ କେଉଁ ବାଟେ ଗଲେ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.