ଦ୍ବିତୀୟ ବଂଶାବଳୀ 18

ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼ ଠାରୁ କେଉଁ ବାଟେ ଗଲେ?”

2 Chronicles 18:23 (UKJV) Then Zedekiah the son of Chenaanah came near, and stroke Micaiah upon the cheek, and said, Which way went the Spirit of the LORD from me to speak unto you?

21ସେ କହିଲା, ‘ମୁଁ ଯାଇ ତାହାର ସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ହେବି’ ତେବେ ସେ କହିଲେ, ‘ତୁମ୍ଭେ ତାହାକୁ ଫୁସୁଲାଇବ, ମଧ୍ୟ କୃତକାର୍ଯ୍ୟ ହେବ; ଯାଅ, ସେପରି କର।’

22ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ପୁଣି ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”

23ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼ ଠାରୁ କେଉଁ ବାଟେ ଗଲେ?”

24ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକୁ ଯିବ, ସେହି ଦିନ ତାହା ଜାଣିବ।”

25ପୁଣି ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ପୁନର୍ବାର ନଗରାଧ୍ୟକ୍ଷ ଆମୋନ୍‍ ଓ ରାଜପୁତ୍ର ଯୋୟାଶ୍‍ ନିକଟକୁ ନେଇଯାଅ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.