ଦ୍ବିତୀୟ ବଂଶାବଳୀ 18

ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକୁ ଯିବ, ସେହି ଦିନ ତାହା ଜାଣିବ।”

2 Chronicles 18:24 (UKJV) And Micaiah said, Behold, you shall see on that day when you shall go into an inner chamber to hide yourself.

22ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍‍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ପୁଣି ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”

23ସେତେବେଳେ କନାନାର ପୁତ୍ର ସିଦିକୀୟ ନିକଟକୁ ଆସି ମୀଖାୟର ଗାଲରେ ଚାପୁଡ଼ା ମାରି କହିଲା, “ସଦାପ୍ରଭୁଙ୍କ ଆତ୍ମା ତୋତେ କହିବା ପାଇଁ ମୋʼ ଠାରୁ କେଉଁ ବାଟେ ଗଲେ?”

24ତହିଁରେ ମୀଖାୟ କହିଲା, “ଦେଖ, ଯେଉଁ ଦିନ ତୁମ୍ଭେ ଆପଣାକୁ ଲୁଚାଇବା ପାଇଁ ଗୋଟିଏ ଭିତର କୋଠରିକୁ ଯିବ, ସେହି ଦିନ ତାହା ଜାଣିବ।”

25ପୁଣି ଇସ୍ରାଏଲର ରାଜା କହିଲେ, “ମୀଖାୟକୁ ଧରି ପୁନର୍ବାର ନଗରାଧ୍ୟକ୍ଷ ଆମୋନ୍‍ ଓ ରାଜପୁତ୍ର ଯୋୟାଶ୍‍ ନିକଟକୁ ନେଇଯାଅ;

26ପୁଣି କୁହ, ‘ରାଜା ଏହି କଥା କହନ୍ତି, ଏହାକୁ କାରାଗାରରେ ରଖ ଓ ମୁଁ କୁଶଳରେ ଫେରି ଆସିବା ପର୍ଯ୍ୟନ୍ତ ତାହାକୁ ଦୁଃଖରୂପ ଅନ୍ନ ଓ ଦୁଃଖରୂପ ଜଳ ଖୁଆଅ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.